ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନଫରେନ୍ସିଂ ହଲ୍‌ରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବର୍ଷା ଋତୁକୁ ଦୃଷ୍ଟିରେ ରଖି ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ସମସ୍ତ ନାଳନର୍ଦ୍ଦମା ସଫା କରାଯିବ। ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ ଦିଆଯିବ। ବର୍ଷା ବିପତ୍ାତର ସଫଳ ମୁକାବିଲା ଲାଗି କଣ୍ଟ୍ରୋଲ ରୁମ୍‌ରେ ପ୍ରଶିକ୍ଷିତ କର୍ମଚାରୀ ନିୟୋଜିତ ରହିବେ। ଜିଲାରେ ପ୍ରତିଦିନ ବର୍ଷାର ପରିମାଣ ରେକର୍ଡ କରାଯିବ। ଦୁର୍ଗମ ଓ ବନ୍ୟାକ୍ଳିଷ୍ଟ ଅଞ୍ଚଳରେ ଆବଶ୍ୟକ ଖାଦ୍ୟପଦାର୍ଥ ଏବଂ ଜରୁରୀ ସାମଗ୍ରୀ ମହଜୁଦ ରହିବ। ବୁଡ଼ି ଅଞ୍ଚଳରେ ଉଦ୍ଧାରକାରୀ ଦଳ ମୁତୟନ ହେବେ। କ୍ଷତିଗ୍ରସ୍ତ ଅଞ୍ଚଳରେ ପାନୀୟ ଜଳ ସହିତ ଜରୁରିକାଳୀନ ସେବା ଯୋଗାଇ ଦିଆଯିବ। ଆବଶ୍ୟକସ୍ଥଳେ ବିଭିନ୍ନ ଘାଟରେ ଅନୁମତିପ୍ରାପ୍ତ ବୋଟ୍‌ ରଖାଯିବ। ଜୁନ୍‌ ୧୦ ସୁଦ୍ଧା ବନ୍ୟାବାତ୍ୟା ଆଶ୍ରୟସ୍ଥଳୀରେ ପାଣି, ବିଜୁଳି, ଆନୁଷଙ୍ଗିକ ବ୍ୟବସ୍ଥା କାର୍ଯ୍ୟକ୍ଷମ କରିବା ଲାଗି ଜିଲାପାଳ ବିଡିଓଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ ଅଧିକାରୀମାନେ ପରସ୍ପର ମଧ୍ୟରେ ସମନ୍ବୟ ରଖିବା ଏବଂ ଏଥିରେ ସ୍ବେଚ୍ଛାସେବୀଙ୍କ ସହଯୋଗ ନେବାକୁ ପରାମର୍ଶ ଦିଆଯାଇଛି। ପୌରାଞ୍ଚଳ ପ୍ରମୁଖ ସ୍ଥାନରେ ଜମୁଥିବା ବର୍ଷାଜଳ ନିଷ୍କାସନ କରିବା, ଡ୍ରେନ୍‌ଗୁଡ଼ିକର ମରାମତି କରିବା ଲାଗି ଢେଙ୍କାନାଳ ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ଜିଲାର ସମସ୍ତ ବହୁମୁଖୀ ଆଶ୍ରୟସ୍ଥଳରେ ଆବଶ୍ୟକ ସାମଗ୍ରୀ ମହଜୁଦ୍‌ ରଖିବାକୁ ପ୍ରସ୍ତାବ ଦେଇଥିଲେ। ବିଡିଓ ଏବଂ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନାରେ ସାମିଲ ହୋଇଥିଲେ।
ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ସୌଦାମିନୀ ସେଠୀ, ପିଡି ଡିଆରଡିଏ ନରୋତ୍ତମ ବେହେରା, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଆପାତ୍‌କାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଞ୍ଜନ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?