‘ମୁକାବିଲା ପାଇଁ ସଚେତନତାକୁ ଗୁରୁତ୍ୱ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି। ଏଥିପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିିଧିମାନଙ୍କୁ ଅବଗତ କରାଇବା ପାଇଁ ଗତ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲା ପରିଷଦ ସଦସ୍ୟମାନଙ୍କ ପାଇଁ ସଚେତନତା ସଭା କରାଯାଇଛି ।

କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମପଞ୍ଚାୟତରେ ୧,୬୨,୧୪୨ ଶଯ୍ୟାବିଶିଷ୍ଟ ମୋଟ ୬୯୩୯ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି । ଗ୍ରାମପଞ୍ଚାୟତ ପାଣ୍ଠିରୁ କୋଭିଡ୍‌-୧୯ ସ୍ବତନ୍ତ୍ର ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ପ୍ରସ୍ତୁତି ପାଇଁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପ୍ରତ୍ୟେକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ମୌଳିକ ସୁବିଧାସୁଯୋଗ ଏବଂ ପରିମଳ ବ୍ୟବସ୍ଥା ସହ ପ୍ରସ୍ତୁତ ରହିବା ନିିମନ୍ତେ ଯଥାକ୍ରମେ ୧୦ ଲକ୍ଷ ଟଙ୍କା ଏବଂ ୫ ଲକ୍ଷ ଟଙ୍କା ଯୋଗାଇ ଦିିଆଯାଇଛି। ସମସ୍ତ ଗ୍ରାମପଞ୍ଚାୟତରେ ଯୋଗ୍ୟ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ପେନ୍‌ସନ୍‌, ରାଶନ ସାମଗ୍ରୀ ଓ ସ୍ବତନ୍ତ୍ର ଖାଦ୍ୟ ସୁରକ୍ଷା ଭତ୍ତା ବଣ୍ଟନ କରାଯାଇଛି । ସାମାଜିକ ଦୂରତ୍ୱ ପାଳନ କରି ୬୯୯୬ଟି ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ମାର୍ଚ୍ଚ ୨୯ ତାରିଖରୁ ନିିରନ୍ତର ଭାବରେ ରନ୍ଧାଖାଦ୍ୟ ପ୍ରସ୍ତୁତିରେ ନିିୟୋଜିତ ହୋଇ ଏପ୍ରିଲ୍‌ ୧୦ ତାରିଖ ସୁଦ୍ଧା ୩୫,୦୮,୦୯୬ ଜଣଙ୍କୁ ବିନାମୂଲ୍ୟରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri