ଦେବଗଡ଼,୧୦।୧(ଡି.ଏନ୍.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ଏସଏଚଜି ପକ୍ଷରୁ ନିର୍ମାଣଧୀନ ପ୍ରକଳ୍ପବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଭାଜପା ସମର୍ଥକଙ୍କ ଭଙ୍ଗାରୁଜା କରିଥିଲେ ଏହି ଘଟଣାରେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯିବା ସହ ଦୋଷୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରି ଜିଲା ବିଜେଡି ପକ୍ଷରୁ ଜିଲାପାଳ ଓ ଏସ୍ପିଙ୍କଠାରେ ଦାବିପତ୍ର ପ୍ରଦାନ କରାଯାଇଛି। ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିର ପରିସରରୁ ଜିଲା ବିଜେଡି ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ଦଳୀୟ କର୍ମୀଙ୍କ ସମେତ ବିଭିନ୍ନ ଏସ୍ଏଚ୍ଜି ସଦସ୍ୟାମାନେ ବିଧାୟକଙ୍କ ଦାଦାଗିରିକୁ ନିନ୍ଦା କରିବା ସହ ବିଭିନ୍ନ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଥିଲେ। ପରେ ଜିଲାପାଳଙ୍କ କାର୍ଯାଳୟରେ ପହଞ୍ଚି ଭାଜପା ବିଧାୟକ ପାଣିଗ୍ରାହୀଙ୍କୁ ଜିଲା ବିକାଶର ବାଧକ ବୋଲି ଅବିହିତ କରିବାସହ ତାଙ୍କ ଗିରଫ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେହିପରି ଭାଜପର। ଏଭଳି ଦାଦାଗିରିରଯେପରି ପୁନରାବୃତ୍ତି ନ ଘଟେ ସେନେଇ ପ୍ରଶାସନ ପଦକ୍ଷେପ ନେବାକୁ ଦାବି କରିଥିଲେ । ଏଥିସହ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ, ଦେବଗଡ଼ ପୌରପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ବିଜେଡି ଉପସଭାପତି ଦେବେନ୍ଦ୍ର ବେହେରା, ଏସଡିସିସି ବ୍ୟାଙ୍କ ପୂର୍ବତନ ସଭାପତି ଅମରେନ୍ଦ୍ର ଗଙ୍ଗଦେବ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ ସୁଜିତ କୁମାର ପ୍ରଧାନଙ୍କ ସମେତ ଶତାଧିକ କର୍ମୀ ସାମିଲ ହୋଇଥିଲେ।
ମୁକ୍ତା ଯୋଜନାରେ ନିର୍ମାଣଧୀନ କାର୍ଯ୍ୟକୁ ବିଧାୟକଙ୍କ ଉପସ୍ଥିତିରେ ଭଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି
Posted inHome Left, ଆମ ଜିଲା ଖବର, ଦେବଗଡ଼ View All
ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍ କାଟ୍, ଟୟ ଟ୍ରେନ୍, ମ୍ୟୁଜିକାଲ ଫାଉଣ୍ଟେନ୍ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର
କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...
ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...
ମାତ୍ର ୬୧ ଟଙ୍କାରେ ଇନ୍ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...
Archives


