ମୁକ୍ତିକାନ୍ତଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ‘ରାଜୀବ ଗାନ୍ଧୀ ଷ୍ଟୁଡେଣ୍ଟ ଫୋରମ୍‌ ଓ ଷ୍ଟଡି ସର୍କଲ ଓଡ଼ିଶା’ ଦ୍ୱାରା ମୁକ୍ତିକାନ୍ତ ଏଥି ଲାଗି ମନୋନୀତ ହୋଇଥିଲେ। କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ, ସ୍ବାଧୀନତା ସଂଗ୍ରାମୀ ଭବାନୀ ପଟ୍ଟନାୟକ, କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂ ସାଲୁଜା, ଏଆଇସିସି ସମ୍ପାଦକ ରୁଦ୍ର ରାଜୁ ପ୍ରମୁଖ ଅତିଥିଭାବେ ଉପସ୍ଥିତ ରହି ଏହି ପୁରସ୍କାର ପ୍ରଦାନ କରିଥିଲେ।
ଢେଙ୍କାନାଳ ଦେଉଳସାହି ନିବାସୀ ଡ. ଚିତ୍ତରଞ୍ଜନ ଦାଶ ଏବଂ ଅଧ୍ୟାପିକା ଦୀପ୍ତିବାଳା ମିଶ୍ରଙ୍କ ଏକମାତ୍ର ସନ୍ତାନ ହେଉଛନ୍ତି ମୁକ୍ତିକାନ୍ତ। ପିଲାଟି ଦିନରୁ ନାଟକ ପ୍ରତି ରୁଚି ତାଙ୍କୁ ଜିଲାର ଜଣେ ଶିଶୁ କଳାକାର ଭାବେ ପରିଚିତ କରାଇଛି। ମାତ୍ର ୭ବର୍ଷ ବୟସରେ ସେ ଅଭିନୟ ଜଗତରେ ପାଦ ଥାପିଥିଲେ। ନାଟ୍ୟାନୁଷ୍ଠାନ ‘ଚାର୍ଲି ଚାପ୍‌ଲିନ କଲଚରାଲ କ୍ଲବ’ ପକ୍ଷରୁ ପରିବେଷିତ ନାଟକ ଅ ଆ ଇ..ରେ ସେ ପ୍ରଥମେ ନିଜର ଅଭିନୟର ଜାଦୁ ଦେଖାଇଥିଲେ। ଏହାପରେ ସେ ଆଉ ପଛକୁ ଚାହିଁନାହାନ୍ତି। ‘ମାୟା’, ‘ପୁନଶ୍ଚ ସତ୍ୟାଗ୍ରହ’, ‘ମୁକ୍ତିସଳିତା’, ‘ବାଘ ନେଇଗଲା ଦଉଡ଼ି ଆସ’ ନାଟକରେ ଅଭିନୟ ତାଙ୍କୁ ବେଶ୍‌ ଲୋକପ୍ରିୟତା ଦେଇଛି। କେବଳ ଏତିକି ନୁହେଁ, ରୁପେଲି ପରଦାରେ ମଧ୍ୟ ସେ ନିଜର ଅଭିନୟର ଛାପ ଛାଡ଼ିଛନ୍ତି। ଦୂରଦର୍ଶନର ବିଭିନ୍ନ ଧାରାବାହିକ ସମେତ ସାର୍ଥକ ଚ୍ୟାନେଲର ମେଗା ଧାରାବାହିକ ‘ବଧୂ’ରେ ରିମି ଚରିତ୍ରରେ ଅଭିନୟ କରି ସେ ବେଶ୍‌ ପ୍ରଶଂସିତ ହୋଇଛନ୍ତି। ଏହାକୁ ବାଦ୍‌ଦେଲେ ସେ ବିଭିନ୍ନ ରିଆଲିଟି ସୋ’ରେ ଲିଟିଲ ଆଙ୍କର ଭାବେ ମଧ୍ୟ ନିଜର ପ୍ରତିଭାର ପରିଚୟ ଦେଇଛନ୍ତି। ମୁକ୍ତିକାନ୍ତ ଏବେ ଢେଙ୍କାନାଳସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଏକାଦଶ ଶ୍ରେଣୀରେ ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?