ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା:୫-ଟି ଆଧାରରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ ହେଉ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ରତ୍ନଭଣ୍ଡାର ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ଦେଢ଼ବର୍ଷରୁ ଅଧିକ ଦିନ ବିତିଗଲାଣି। ରତ୍ନଭଣ୍ଡାର ଚାବି ହଜିବା ପରେ ଏଥିରେ ଥିବା କୋଟି କୋଟି ଟଙ୍କା ମୂଲ୍ୟର ଅଳଙ୍କାର ବାସ୍ତବରେ ସୁରକ୍ଷିତ କି ନାହିଁ ତାହା ସାଧାରଣରେ ସନ୍ଦେହ ସୃଷ୍ଟି କରିଥିଲା। ବର୍ତ୍ତମାନ ମଧ୍ୟ ସେହି ସନ୍ଦେହ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ରତ୍ନଭାଣ୍ଡାର ଖୋଲି ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ମଙ୍ଗଳବାର ପ୍ରଦୀପ୍ତ ନାଏକ ଏକ ଚିଠି ଲେଖି ଏ ବାବଦରେ ଜଣାଇଛନ୍ତି।
ଚିଠିରେ ନାଏକ ଉଲ୍ଲେଖ କରିଛନ୍ତି ଯେ, ରତ୍ନଭଣ୍ଡାର ଭିତର ଗୃହର ଅଳଙ୍କାର ସମ୍ପର୍କରେ ୧୯୭୮ରେ ଏକ ତାଲିକା ପ୍ରସ୍ତୁତ କରାଯାଇଥିଲା। ଏବେ ପୁଣି ଯାଞ୍ଚ କରି ଗୋଟିଏ ଅଳଙ୍କାର ତାଲିକା ପ୍ରସ୍ତୁତ କରାଯାଉ। ତାହାକୁ ପୂର୍ବ ତାଲିକା ସହ ମେଳ କରି ସାର୍ବଜନୀନ କରାଯାଉ। ରାଜ୍ୟ ସରକାର ଏବେ ୫-ଟି ଉପରେ ଗୁରୁତ୍ୱ ଦେଉଛନ୍ତି। ସେହି ବ୍ୟବସ୍ଥାକୁ ମନ୍ଦିର ପ୍ରଶାସନିକ ବ୍ୟବସ୍ଥାରେ ମଧ୍ୟ ଲାଗୁ କରନ୍ତୁ। ୫-ଟିରେ ଥିବା ଟ୍ରାନ୍ସପରେନ୍ସି ଓ ଟାଇମ୍‌କୁ ରାଜ୍ୟ ସରକାର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଲାଗୁ କରନ୍ତୁ। ନିର୍ଦ୍ଦିଷ୍ଟ ସମୟ ସୀମା ଓ ପୂରା ସ୍ବଚ୍ଛତାରେ ରତ୍ନଭଣ୍ଡାରକୁ ଖୋଲି ଏହାର ଯାଞ୍ଚ କରାଯାଉ। ମାର୍ଚ୍ଚ ୨୨, ୨୦୧୮ରେ ରତ୍ନଭଣ୍ଡାର ଚାବି ହଜିଥିବା କଥା ପ୍ରଶାସନ ସ୍ବୀକାର କରିଥିଲା। ବଢୁଥିବା ଜନଆକ୍ରୋଶ ଏବଂ ପ୍ରତିବାଦକୁ ପ୍ରଶମିତ କରିବା ପାଇଁ ରାଜ୍ୟ ସରକାର ଜୁନ ୮, ୨୦୧୮ରେ ଏକ ବିଚାର ବିଭାଗୀୟ ତଦନ୍ତ କମିଶନ ଘୋଷଣା କଲେ। ୩ମାସ ଭିତରେ ରିପୋର୍ଟ ପ୍ରଦାନ ପାଇଁ ସମୟ ଧାର୍ଯ୍ୟ ହୋଇଥିଲା। ପରବର୍ତ୍ତୀ କାଳରେ ଏହାର କାର୍ଯ୍ୟକାଳ ଅଧିକ ୩ମାସ ବୃଦ୍ଧି କରାଗଲା। ନଭେମ୍ବର ୩୦, ୨୦୧୮ରେ କମିଶନ ରିପୋର୍ଟ ପ୍ରଦାନ କଲେ। କିନ୍ତୁ କାହିଁକି ଉକ୍ତ ତଦନ୍ତ ରିପୋର୍ଟକୁ ଚାପିଦିଆଯାଇଛି। ରତ୍ନଭଣ୍ଡାର ଚାବି ହଜିବା ଓ ପରେ ଜିଲା ପ୍ରଶାସନ, ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କର ପଦକ୍ଷେପ ନିହାତି ସନ୍ଦେହଜନକ। ରତ୍ନଭଣ୍ଡାର ଚାବି ହଜିବା କଥା ସାମ୍ନାକୁ ଆସିବାପରେ ସବୁ ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମନରେ ଯେଉଁ ସନ୍ଦେହ ସୃଷ୍ଟି ହୋଇଛି ତାକୁ ସରକାର ଦୂର କରିବାର ଆବଶ୍ୟକତା ଅଛି ବୋଲି ପ୍ରଦୀପ୍ତ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଅନ୍ୟପକ୍ଷରେ କିଛିଦିନ ତଳେ ରତ୍ନଭଣ୍ଡାର ଖୋଲି ଅଳଙ୍କାରର ଯାଞ୍ଚ କରିବାକୁ ଦିଲୀପ ବରାଳ ନାମକ ଜଣେ ବ୍ୟକ୍ତି ରାଜ୍ୟପାଳଙ୍କୁ ଅନୁରୋଧ ପତ୍ର ପଠାଇଥିଲେ। ଏ ବାବଦରେ ଉଚିତ୍‌ ପଦକ୍ଷେପ ନେବା ପାଇଁ ରାଜ୍ୟ ସରକାର ଆଇନ ବିଭାଗ ପ୍ରମୁଖ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଇନ ବିଭାଗ ଯେଉଁ ପଦକ୍ଷେପ ଗ୍ରହଣ କରିବ ତା’ର ରିପୋର୍ଟ ରାଜ୍ୟପାଳ ଏବଂ ଆବେଦନକାରୀଙ୍କୁ ପଠାଇବା ପାଇଁ କୁହାଯାଇଥିଲା।
ବିରୋଧୀ ଦଳ ନେତାଙ୍କ ଅଭିଯୋଗ ପରେ କଂଗ୍ରେସ ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ରତ୍ନଭଣ୍ଡାରକୁ ନେଇ ଶସ୍ତା ରାଜନୀତି କରା ନ ଯାଉ। ଏହା କେବଳ ରାଜ୍ୟ କି ଦେଶର ନୁହେଁ ସାରା ବିଶ୍ୱର ଗର୍ବ। ଏମାନେ ବୋଧହୁଏ ସବୁ ଲୁଟି ଖାଇ ଯାଇଛନ୍ତି। ରତ୍ନଭଣ୍ଡାର ଖୋଲିବାର ଆବଶ୍ୟକତା ନାହିଁ। ଯଦି ଆଜି ପର୍ଯ୍ୟନ୍ତ ଖୋଲା ହୋଇନି ଏବେ କାହିଁକି ଖୋଲାଯିବ। ଯେତିକି ଅଳଙ୍କାର ବାହାରେ ଅଛି ତା’ର ଅଡିଟ କରାଯାଉ। ରତ୍ନଭଣ୍ଡାର ଖୋଲିଲେ ଏମାନେ ସବୁ ଖାଇଯିବେ ବୋଲି ସେ କହିଛନ୍ତି। ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ରାଜ୍ୟ ସରକାର ଏନେଇ ଚୁପ୍‌ ବସିନାହାନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସରକାର ତର୍ଜମା କରିଛନ୍ତି। ରତ୍ନଭଣ୍ଡାର ପ୍ରସଙ୍ଗରେ କମିଶନ ମଧ୍ୟ ଗଠନ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri