ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ ଅନୁମୋଦନ କରିଛନ୍ତି। ମନ୍ଦିର ଭିତରେ ବିଗ୍ରହଙ୍କର ବିଧିମୁତାବକ ରୀତିନୀତି ପାଳନ କରିବାକୁ ଶ୍ରୀ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶନାମା ପରେ ଜଗନ୍ନାଥ ପ୍ରେମୀଙ୍କ ମନରେ ବଡ ଆଘାତ ଲାଗିଛି। ରଥଯାତ୍ରା କୌଣସି ପରିସ୍ଥିତିରେ ବନ୍ଦ ନ କରିବାକୁ ପୁରୀ ଗଜପତି ମହାରାଜା ତଥା ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟ ସିଂ ଦେବ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।
ଏଥିରେ ଗଜପତି ଉଲ୍ଲେଖ କରିଛନ୍ତି ଯେ, ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ-୧୯୫୨ରେ ପ୍ରସ୍ତୁତ କରାଯାଇଥିବା ରେକର୍ଡ ଅଫ ରାଇଟସ ଅନୁଯାୟୀ ପ୍ରତିବର୍ଷ ରଥ ଯାତ୍ରା କରିବା ବାଧ୍ୟତାମୂଳକ। ସେହିପରି ଶ୍ରୀମନ୍ଦିର ଆଇନ ୧୯୫୫ ଅନୁଯାୟୀ ଶ୍ରୀ ମନ୍ଦିର ପରିଚାଳନା କମିଟି ରେକର୍ଡ ଅଫ ରାଇଟସ ଅନୁଯାୟୀ ରଥ ଯାତ୍ରା କରିବାକୁ ବାଧ୍ୟ।
ଉକ୍ତ କାରଣ ଗୁଡିକ ପାଇଁ ପୁରୀ ରଥଯାତ୍ରା ସ୍ବତନ୍ତ୍ର ଗୁରୁତ୍ୱ ରହିଛି। କୋଭିଡ-୧୯ ଲକଡାଉନ ଗାଇଡଲାଇନରେ ରଥ ଯାତ୍ରା ସମେତ ଅନ୍ୟ ସ୍ଥାନରେ କୌଣସି ପ୍ରକାର ଧର୍ମିୟ କାର୍ଯ୍ୟକ୍ରମକୁ ଅନୁମତି ନ ଦିଆଯାଇଥିଲେ ମଧ୍ୟ ପୁରୀ ରଥଯାତ୍ରାକୁ ବନ୍ଦ କରାଯାଇ ପାରିବ ନାହିଁ। ସୁପ୍ରିକୋର୍ଟର ଏକ ସମ୍ବିଧାନିକ ଖଣ୍ଡପୀଠ ରାଜା ବିର କିଶୋର ଭର୍ସେସ ଓଡିଶା ସରକାରଙ୍କ ମାମଲାର ବିଚାର କରି ପୁରୀ ରଥଯାତ୍ରାକୁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଗୁରୁତ୍ୱ ଦେବା ଦରକାର ବୋଲି ରାୟ ଦେଇଥିଲେ। ରାଜ୍ୟ ସରକାର ରାଜ୍ୟର ସମସ୍ତ ରଥଯାତ୍ରକୁ ବନ୍ଦ କରି ପୁରୀ ରଥଯାତ୍ରାକୁ ଅନୁମତି ଦେଇଥିଲେ।
ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ସୁପ୍ରମିକୋର୍ଟଙ୍କ ୧୮ ତାରିଖ ଆଦେଶକୁ ସଂଶୋଧିତ କରି ରଥଯାତ୍ରା ପାଇଁ ଅନୁମତି ଦେବାକୁ ଚିଠିରେ ଉଲ୍ଲେଖ ରାଯାଇଛି। ଏଭଳି ପରିସ୍ଥିତିରେ ସମଗ୍ର ବିଶ୍ୱରେ ଥିବା ଭକ୍ତମାନଙ୍କର ଭାବାବେଗକୁ ଦୃଷ୍ଟିରେ ରଖି ୧୮ ତାରିଖ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଏକ ରିଭ୍ୟୁ ପିଟିସନ ଦାଖଲ କରି ରଥଯାତ୍ରା ପାଇଁ ଅନୁମତି ଦେବାକୁ ଗଜପତି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri