ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ

ଭୁବନେଶ୍ୱର,୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଜଣାଶୁଣା ଶିଳ୍ପପତି ଗୌତମ ଆଦାନୀ ନବୀନ ନିବାସରେ ଭେଟିଛନ୍ତି। ଏହି ବୈଠକରେ ଆଦାନୀ ଗ୍ରୁପ୍‌ର ରାଜ୍ୟରେ ପୁଞ୍ଜିନିବେଶ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ରାଜ୍ୟରେ ଲଜିଷ୍ଟିକ୍‌, ଶିଳ୍ପଭିତ୍ତିକ ପାର୍କ, ନୂତନ ବୈଷୟିକ ବିଦ୍ୟା ଏବଂ ମେଟାଲ ଶିଳ୍ପ କ୍ଷେତ୍ରରେ ନିବେଶ କରିଛି। ଏହି ବୈଠକରେ ଆଦାନୀ ପୋର୍ଟସର ମୁଖ୍ୟ କାର୍ଯ୍ୟନିର୍ବାହୀ(ସିଇଓ) କରନ୍‌ ଆଦାନୀ ମଧ୍ୟ ଉପସ୍ଥିତ ରହିଥିଲେ। ଆଗାମୀ ଦିନରେ ଆଦାନୀ ଗ୍ରୁପ୍‌ ପକ୍ଷରୁ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍‌, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ସ୍ବତନ୍ତ୍ର ସଚିବ ଡି.ଏସ୍‌ କୁଟ୍ଟେ, ଆଇଆରଟିଏସ୍‌ ଅଧିକାରୀ ତଥା ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି ମନୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ। ସେହିଭଳି ଏହି ବୈଠକ ପୂର୍ବରୁ ଜାତୀୟ ମଡର୍ଣ୍ଣ ଆର୍ଟ ଗ୍ୟାଲେରିର ନିର୍ଦ୍ଦେଶକ ଏ.ଗଡନାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ବିଏମ୍‌ସିରେ ବଢୁଛି କୁକୁର କାମୁଡ଼ା, ୨ ମାସରେ….

ଭୁବନେଶ୍ୱର,୧୫।୬ (ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ୨୦୩୦ ସୁଦ୍ଧା ଜଳାତଙ୍କ ମୁକ୍ତ କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି। ଇତିମଧ୍ୟରେ ବିଏମ୍‌ସି ପକ୍ଷରୁ ୭୫ ପ୍ରତିଶତ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri