ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ମନ୍ତ୍ରୀମାନେ ଭୁଲି ନାହାନ୍ତି। ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ମନ୍ତ୍ରୀମାନେ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨ରୁ ୩ ଦିନ ମଧ୍ୟରେ ୬ ଜଣ ମନ୍ତ୍ରୀ ନିଜ ନିଜର ସମୀକ୍ଷା ରିପୋର୍ଟ ପ୍ରଦାନ କରିଥିଲେ। ଅନ୍ୟ ମନ୍ତ୍ରୀମାନେ ଶନିବାର ରିପୋର୍ଟ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହିସବୁ ରିପୋର୍ଟ ସହ ବାସ୍ତବ ସ୍ଥିତିକୁ ଯାଞ୍ଚ କରିବେ। ଏହାପରେ ବିଭାଗୀୟ ମନ୍ତ୍ରୀ ଏବଂ ଅଫିସରଙ୍କୁ ଡକାଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ ବୋଲି ଶୁଣିବାକୁ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ୫ମ ପାଳିର ନୂଆ ମନ୍ତ୍ରିମଣ୍ଡଳ ସଦସ୍ୟମାନେ ମେ ୨୯ରେ ଶପଥ ନେଇଥିଲେ। ଏହାର ପ୍ରାୟ ମାସେ ପର୍ଯ୍ୟନ୍ତ ମନ୍ତ୍ରୀମାନଙ୍କ ପାଖରେ ବ୍ୟକ୍ତିଗତ ସଚିବ ନିଯୁକ୍ତି ଦିଆଯାଇ ନ ଥିଲା। ତେଣୁ ଏସବୁ ଭିତରେ ମନ୍ତ୍ରୀମାନେ କିପରି ରିପୋର୍ଟ ପ୍ରସ୍ତୁତ କରିଥିବେ ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ବିଜେଡି ନିର୍ବାଚନ ପୂର୍ବରୁ ଇସ୍ତାହାରରେ ଯେଉଁସବୁ ପ୍ରତିଶ୍ରୁତି ପୂରଣ କରିବା ପାଇଁ ଲୋକଙ୍କୁ କହିଥିଲା, ସେସବୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଏଥିପାଇଁ କେତେ ମାତ୍ରାରେ କାର୍ଯ୍ୟକାରୀ ହେଉଛି ଏବଂ କେତେ ଲୋକଙ୍କୁ ସୁବିଧା ମିଳୁଛି ତାର ରିପୋର୍ଟ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri