ମୁଖ୍ୟମନ୍ତ୍ରୀଙ୍କ ଅନୁମତି ଲୋଡ଼ିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୫।୫ (ବ୍ୟୁରୋ): ଗ୍ରୀନ୍‌ ଜୋନ୍‌ କରୋନା(କୋଭିଡ୍‌-୧୯) ମୁକ୍ତ। ସେହି ସବୁ ଅଞ୍ଚଳରେ ଗମନାଗମନ ପାଇଁ ବସ୍‌ ଚାଲିପାରିବ ବୋଲି କେନ୍ଦ୍ର ଓ ରାଜ୍ୟ ସରକାର ଗାଇଡ ଲାଇନ ଜାରି କରିଛନ୍ତି। ୫୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ବସ୍‌ ଚଲାଇବାକୁ ଅନୁମତି ଦିଆଯାଇଛି। ତେବେ ଏ ନେଇ କୌଣସି ସ୍ପଷ୍ଟ ଗାଇଡ ଲାଇନ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇ ନ ଥିବାରୁ ଘରୋଇ ବସ୍‌ ମାଲିକମାନେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର କହିବା କଥା ହେଲା ୫୦ ପ୍ରତିଶତ ଯାତ୍ରୀ ନେଇ ବସ ଚଲାଇବା ସମ୍ଭବ ନୁହେଁ। ଏହାଦ୍ୱାରା ବସ୍‌ ମାଲିକଙ୍କୁ ବହୁ କ୍ଷତି ସହିବାକୁ ପଡ଼ିବ। କେଉଁଠି ଗ୍ରୀନ୍‌ ଜୋନ୍‌ ଆରମ୍ଭ ହେଉଛି ଓ ଶେଷ ହେଉଛି ସେ ନେଇ ସ୍ପଷ୍ଟ କରାଯାଇ ନାହିଁ। ଗାଡି ଚଳାଇବା ନେଇ ରାଜ୍ୟ ସରକାର ଏକ ଆଡଭାଇଜରି ଜାରି କରନ୍ତୁ ବୋଲି ସଂଘ ଦାବି କରିଛି। ଏ ନେଇ ସଂଘ ସରକାରଙ୍କ ନିକଟରେ କେତେକ ଦାବି ଉପସ୍ଥାପନ କରିଛି। ବୀମା ଅବଧି ୬ ମାସ ବୃଦ୍ଧି, ବ୍ୟାଙ୍କ ଋଣର ସୁଧ ୬ ମାସ ପାଇଁ ଛାଡ଼, ଡିଜେଲ ଉପରୁ ଭ୍ୟାଟ୍‌ ଓ ସେସ୍‌ ଛାଡ଼, ଟୋଲ୍‌ଗେଟ ଶୁଳ୍କ ଛାଡ଼ କରିବା, ରାଜ୍ୟ ସରକାର ବସ୍‌ଗୁଡ଼ିକ ଉପରୁ ୬ ମାସ ପାଇଁ ଟିକସ ଛାଡ଼ ସହ ଅନ୍ୟାନ୍ୟ ଦାବିକୁ ସଂଘ ରାଜ୍ୟ ସରକାରଙ୍କ ନିକଟରେ ଉପସ୍ଥାପନ କରିଛି। ସରକାର ଏହା ଉପରେ ବିଚାର କରିବା ପରେ ବସ୍‌ ଚାଲିବ ବୋଲି ରବିବାର ଅନୁଷ୍ଠିତ ସଂଘର ଜରୁରୀ ବୈଠକରେ ନିଷ୍ପତ୍ତି ହୋଇଥିଲା। ଅନ୍ୟପକ୍ଷରେ ଗ୍ରୀନ୍‌ ଜୋନ୍‌ରେ ବସ୍‌ ଚାଲିବା ନେଇ ଏକ ପ୍ରସ୍ତାବ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ୍‌ ଗ୍ରୀନ୍‌ ଜୋନ୍‌ରେ ଯାତ୍ରୀବାହୀ ବସ୍‌ ଚାଲିବା ନେଇ ବ୍ୟବସ୍ଥା ହେଉଛି। ମୁଖ୍ୟମନ୍ତ୍ରୀଙ୍କ ନିକଟକୁୁ ଫାଇଲ ଯାଇଛି। ଅନୁମୋଦନ ପରେ ବସ୍‌ ଚାଲିବା ପ୍ରକ୍ରିିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି। ଘରୋଇ ବସ୍‌ ମାଲିକମାନେ ମଧ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ଗ୍ରୀନ୍‌ ଜୋନ୍‌ରେ କେବଳ ବସ ଚାଲିପାରିବ। ଗ୍ରୀନ୍‌ ଜୋନ୍‌କୁ ଯିବାବେଳେ ଯେପରି ରେଡ୍‌ କିମ୍ବା ଅରେଞ୍ଜ ଜୋନ୍‌ ଦେଇ ବସ୍‌ ନ ଯିବ ସେଥିପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଅର୍ଥାତ ଗ୍ରୀନ ଜୋନ୍‌ରେ ଆସୁଥିବା ଜିଲା ସମ୍ବଲପୁରରୁ ଅନୁଗୋଳ, କଳାହାଣ୍ଡିରୁ ନୂଆପଡ଼ାକୁ ବସ୍‌ ଚଳାଚଳ କରିପାରିବ ବୋଲି ସେ କହିଛନ୍ତି।
ସରକାରଙ୍କୁ ଦାବି ସମ୍ପର୍କରେ ଜଣାଇ ଦିଆଯାଇଛି। ସରକାରଙ୍କ ନିଷ୍ପତ୍ତି ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସଂଘର ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri