ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ୩୦ ଊର୍ଦ୍ଧ୍ୱ ଯୁବ କଂଗ୍ରେସ କର୍ମୀ ଅଟକ

ପୁରୀ ଅଫିସ,୧୬।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରିଛନ୍ତି ଯୁବ କଂଗ୍ରେସ। ମେଡିକାଲ ଛକରେ ମୁଖ୍ୟମନ୍ତ୍ରୀ ଗୋ ବ୍ୟାକ୍‌ ନାରା ଦେଇ ୩୦ ଉର୍ଦ୍ଧ୍ୱ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଅଟକ ରଖିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ୨୫ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ୧୧ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚତ୍ବେ। ସେଠାରୁ କାର୍‌ରେ ଆସି ମଧ୍ୟାହ୍ନ ୧୨ଟା ୫ରେ ଶ୍ରୀମନ୍ଦିରରେ ପହଞ୍ଚତ୍ ମହାପ୍ରଭୁଙ୍କୁ ଦର୍ଶନ କରିବେ। ସାଢେ ୧୨ଟାରେ ମ୍ୟୁନିସିପାଲିଟି ମାର୍କେଟ ପଡ଼ିଆରେ ପହଞ୍ଚତ୍ ୪ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କରିବେ। ମଧ୍ୟାହ୍ନ ୧୨ଟା ୫୫ରେ ଭୁବନେଶ୍ୱର ଫେରିଯିବେ। ପୁରୀରେ ମୁଖ୍ୟମନ୍ତ୍ରୀଙ୍କର ମୋଟ ୧ ଘଣ୍ଟା ୧୦ ମିନିଟ୍‌ର କାର୍ଯ୍ୟକ୍ରମ ସ୍ଥିର ହୋଇଛି।
ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଗଢିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା, ସେତୁ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ପୁରୀର ବିକାଶ ନକ୍ସାରେ ବହୁ ମେଗା ପ୍ରକଳ୍ପ ସ୍ଥାନ ପାଇଛି। ତନ୍ମଧ୍ୟରୁ ଗୁରୁବାର ୭ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ। ଏହି ପ୍ରକଳ୍ପଗୁଡ଼ିକ ହେଉଛି ଶ୍ରୀସେତୁ, ତୀର୍ଥଯାତ୍ରୀ କେନ୍ଦ୍ର, ବହୁତଳ କାର୍‌ ପାର୍କିଂ, ମ୍ୟୁନିସିପାଲିଟି ନୂତନ ମାର୍କେଟ କମ୍ପ୍ଲେକ୍ସ, ସ୍ବର୍ଗଦ୍ୱାରର ପୁନରୁଦ୍ଧାର, ସମୁଦ୍ରକୂଳରେ ଭେଣ୍ଡିଂଜୋନ ଏବଂ ମଧ୍ୟାହ୍ନଭୋଜନ ଓ ଆହାର ଯୋଜନାର କେନ୍ଦ୍ରୀକରଣ ରୋଷଶାଳା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri