ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର କରୁଛନ୍ତି। ଅପରପକ୍ଷରେ ବୁଧବାରଠାରୁ ସ୍ଥାନୀୟ ଜାରି ନିକଟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବରଗଡ଼ ତୋରା ସମବାୟ ଚିନିକଳ କର୍ମଚାରୀମାନେ ୨୫ ମାସର ଦରମା ପ୍ରଦାନ ନ ଦେବା ଏବଂ ଗତ ଫେବୃୟାରୀରେ ସୋହେଲା ଇଚ୍ଛାପାଲିରେ କାଳିଆ ଯୋଜନା ନେଇ ଅନୁଷ୍ଠିତ ସମାବେଶରେ ମୁଖ୍ୟମନ୍ତ୍ରୀ ବରଗଡ଼ ତୋରା ସମବାୟ ଚିନିକଳ ପାଇଁ ଘୋଷଣା କରିଥିବା ୧୧ କୋଟି ଟଙ୍କାର ପ୍ୟାକେଜର କୌଣସି ସୁଫଳ ଏପର୍ଯ୍ୟନ୍ତ ମିଳି ନ ଥିବା ପ୍ରତିବାଦରେ ଧାରଣାରେ ବସିଥିଲେ। ମାତ୍ର ମୁଖ୍ୟମନ୍ତ୍ରୀ ପ୍ରଚାର କରୁଥିବାବେଳେ ଦିନ ପ୍ରାୟ ୧୧ଟାରେ ପୋଲିସ ଧାରଣାକାରୀଙ୍କୁ ଉଠାଇ ନେଇଛି। ସେମାନଙ୍କୁ ସୋହେଲା ଥାନାରେ ରଖାଯାଇଛି ବୋଲି ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ଗତ ସୋମବାର ଓ ମଙ୍ଗଳବାର ସେମାନେ ବରଗଡ ଜିଲ୍ଲାପାଳଙ୍କ କାଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ମାତ୍ର କିଛି ସୁଫଳ ନ ମିଳିବାରୁ ସେମାନେ ଧାରଣାରେ ବସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri