ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍‌ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା

ବେତନଟୀ,୧୧ା୯(ଡି.ଏନ୍‌.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ ପରେ ଜଣେ ବାଇକ ଚାଳକଙ୍କ ଉପରେ ୧୮ହଜାର ୫ଶହ ଟଙ୍କାର ଜରିମାନା ଧାର୍ଯ୍ୟ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ମଙ୍ଗଳବାର ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ୧୮ନଂ ଜାତୀୟ ରାଜପଥର ବଙ୍ଗଳାଛକ ନିକଟରେ ପୋଲିସ୍‌ ଓ ପରିବହନ ବିଭାଗ ପକ୍ଷରୁ ଗାଡି ଯାଞ୍ଚ କରାଯାଉଥିଲା। ଏହି ସମୟରେ ସ୍ଥାନୀୟ ଶୁଖିଲାହାର ଗ୍ରାମର ଗୋପାଳ ଚନ୍ଦ୍ର ମହାନ୍ତ ନାମକ ଜଣେ ଚାଷୀ ନିକଟରେ ଥିବା ଚାଷ ଜମିରେ ସାର ପକାଇ ଫେରୁଥିଲେ। ପରିବହନ ବିଭାଗର ଜୁନିୟର ଏମ୍‌ଭିଆଇ ଦେବାଶିଷ ପାଇକ୍‌ରାୟ ଓ ବେତନଟୀ ଥାନାର ଆଇଆଇସି ପର୍ଶୁରାମ ସାହୁଙ୍କ ଉପସ୍ଥିତିରେ ତାଙ୍କ ଗାଡି ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଗୋପାଳ ଆବଶ୍ୟକ କାଗଜପତ୍ର ଦେଖାଇ ନ ପାରିବାରୁ ପରିବହନ ବିଭାଗ ତାଙ୍କ ନାମରେ ମୋଟ ୧୮,୫୦୦ ଟଙ୍କାର ଜରିମାନା କରିଛନ୍ତି। ପୋଲିସ ତାଙ୍କ ବାଇକ୍‌କୁ ଥାନାକୁ ନେଇ ଯିବାରୁ ସେ ଚାଲି ଚାଲି ଘରକୁ ଫେରିଥିବା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜୁନିୟର୍‌ ଏମ୍‌ଭି୍‌ଆଇ ପାଇକ୍‌ରାୟଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରିବାରୁ ଏହା ସେ ରଂଗ ନମ୍ବର କହି ସେ ଫୋନ କାଟି ଦେଇଥିଲେ। ଅତିରିକ୍ତ ଜିଲା ପରିବହନ ଅଧିକାରୀ ମନୋଜ ଟପ୍ପୋଙ୍କୁ ଏ ସମ୍ପର୍କରେ ପଚାରିବାରୁ ଏଭଳି କରାଯିବା କଥା ନୁହେଁ, ଯଦି ଏମିତି କିଛି ଘଟଣା ଘଟିଥାଏ ତେବେ ତାହା ଅନୁଧ୍ୟାନ କରାଯିବ ବୋଲି କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପଦବୀ ଖାଲି ପଡ଼ିଥିବାରୁ ବାରିପଦା ଉପଜିଲାପାଳ ଏହି ପଦରେ ଅସ୍ଥାୟୀ ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri