ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ

କୋରାପୁଟ,୧୫।୧୦(ସ୍ବ.ପ୍ର): କୋରାପୁଟ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ପ୍ରଦାନ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନସ୍‌ ମାଧ୍ୟମରେ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ା କିନ୍ତୁ ଏପରି ଘୋଷଣା କେବଳ ଲୋକଙ୍କୁ ଭୁଅଁା ବୁଲାଇବା ପାଇଁ କରାଯାଇଛି ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛିା କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ସଦର ମହକୁମା ଡାକ୍ତରଖାନାରେ ରୋଗୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ନିମନ୍ତେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନସ ମାଧ୍ୟମରେ ପ୍ୟାକେଜ ଘୋଷଣା କରିଥିବା ଜିଲାପାଳ ମଧୁସୂଦନ ମିଶ୍ର ସ୍ଥାନୀୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ସୂଚନା ଦେଇଛନ୍ତିା ଗତ ୯ ତାରିଖରେ ରାଜ୍ୟର ୫ଟି’ ସଚିବ ଭି.କେ. ପାଣ୍ଡିଆନ କୋରାପୁଟ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ଜୟପୁରସ୍ଥିତ ସଦର ମହକୁମା ଡାକ୍ତରଖାନା ପରିଦର୍ଶନ କରିବା ପରେ ସ୍ଥାନୀୟ ମେଡିକାଲ କଲେଜଠାରେ ଆୟୋଜିତ ଏକ ବୈଠକରେ ସ୍ବାସ୍ଥ୍ୟ ସେବା ଉପରେ ସମୀକ୍ଷା କରିଫେରିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାବାସୀଙ୍କ ପାଇଁ ଏକ ପ୍ୟାକେଜ ଘୋଷଣା କରିଥିବା ଜିଲାପାଳ ସୂଚନା ଦେଇଛନ୍ତି ା ରୋଗୀମାନଙ୍କୁ ଗୋଟିଏ ଛାତ ତଳେ ସ୍ବାସ୍ଥ୍ୟସେବା ଦେବା ନିମନ୍ତେ କୋରାପୁଟ ମେଡିକାଲ କଲେଜ ହସ୍‌ପିଟାଲରେ ୭୦୦ ଶଯ୍ୟା ବିଶିଷ୍ଟ ଓ୍ବାର୍ଡ ନିର୍ମାଣ କରାଯିବ ବୋଲି ସେ ସୂଚନା ଦେଇଥିଲେ ା ଅସ୍ଥିଶଲ୍ୟ ବିଭାଗରେ ରୋଗୀମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ରୋଗୀ କଲ୍ୟାଣ ସମିତିକୁ ଅନୁମୋଦନ କରିଥିବା ପ୍ରକାଶ କରିଥିଲେ ା କୋରାପୁଟ ହସ୍‌ପିଟାଲ ନିମନ୍ତେ ୫ଟି ନୂତନ ଆମ୍ବୁଲାନସ ଓ ୩ଟି ମହାପ୍ରୟାଣ ଗାଡି ମଞ୍ଜୁର କରିଥିବା ସେ ସୂଚନା ଦେଇଥିଲେ ା ଜୟପୁର ସଦର ମହକୁମା ଡାକ୍ତରଖାନା ନିମନ୍ତେ ନୂତନ ୨୫୦ ୱାର୍ଡ ନିର୍ମାଣ, ଲାପ୍ରୋସ୍କୋପିକ ମେଶିନ କ୍ରୟ, ଷ୍ଟାଫ ଗୃହ ନିର୍ମାଣ କରିବାକୁ ମଧ୍ୟ ଘୋଷଣା କରାଯାଇଥିବା ସେ ସୂଚନା ଦେଇଛନ୍ତିା ସେହିପରି ରକ୍ତର ଅଭାବକୁ ଦୃଷ୍ଟିରେ ରଖି ଯୁବପିଢିକୁ ରକ୍ତଦାନ ନିମନ୍ତେ ପ୍ରୋସତ୍ାହନ କରିବାକୁ ୧୦ ଲକ୍ଷ ଟଙ୍କା କୋରାପୁଟ ଏସପିଙ୍କୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତିା ସେହିପରି କୋରାପୁଟ ମେଡିକାଲ କଲେଜ ଓ ହସ୍‌ପିଟାଲ ଓ ଜୟପୁର ସଦର ଡାକ୍ତରଖାନା ତଦାରଖ ନିମନ୍ତେ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତିା ଜିଲାପାଳଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କମିଟିରେ ଏସପି, ସିଡିଏମଓ, ବିଡିଓ, ତହସିଲଦାର, ଆଇଆଇସି ଓ ମେଡିକାଲ ଅଧିକାରୀମାନେ ରହିଥିବା ଜିଲାପାଳ ଏହି ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତିା ଏହି କମିଟି ପକ୍ଷରୁ ଅନ୍ତତଃ ପ୍ରତି ସପ୍ତାହରେ ଏକ ବୈଠକ କରାଯାଇ ସଭ୍ୟମାନେ ଆଣିଥିବା ସମସ୍ତ ରିପୋର୍ଟ ତଥା ଅଭିଯୋଗ ଉପରେ ତର୍ଜମା କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବା ସହିତ ସ୍ବାସ୍ଥ୍ୟ ସେବା ନେଇ ଦଲାଲ କାର୍ଯ୍ୟ ଉପରେ ତୀକ୍ଷ୍ଣ ଦୃଷ୍ଟି ଦିଆଯାଇ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜିଲାପାଳ ପ୍ରକାଶ କରିଥିଲୋ ଏହି ଅବସରରେ ସିଡିଏମଓ ଦଧିବାମନ ତ୍ରିପାଠୀ, ମେଡିକାଲ କଲେଜର ଅଧୀକ୍ଷକ ଡାକ୍ତର ହରେକୃଷ୍ଣ ଦଳେଇ, ପ୍ରଶାସିକା ମଧୁମିତା ନାୟକ, ମ୍ୟାନେଜର ଶୁଭେନ୍ଦୁ ପଣ୍ଡା, ଜୟପୁର ସଦର ମହକୁମା ଡାକ୍ତରଖାନାର ଅଧୀକ୍ଷକ ଡାକ୍ତର ପ୍ରମୋଦ ସାମନ୍ତରାୟ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପି. ଟୁଲିଆମ୍ମା ପ୍ରମୁଖ ଉପସ୍ଥିତ ଥିଲେ ା ଅପରପକ୍ଷେ ରାଜ୍ୟର ତିନି ପଛୁଆ ଜିଲା ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା ସ୍ଥାନୀୟ ସମସ୍ୟା ସମାଧାନରେ ସହାୟକ ହେବ ନାହଁି ବରଂ କେବଳ ଲୋକଦେଖାଣିଆ ପଦକ୍ଷେପ ବୋଲି ଭାଜପାର ବରିଷ୍ଠ ନେତା ତଥା କୋରାପୁଟର ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗି, ପୂର୍ବତନ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି ଓ ମାଲକାନଗିରି ବିଧାୟକ ଆଦିତ୍ୟ ମାଢି ଏକ ମିଳିତ ପ୍ରେସ ବିବୃତିରେ ପ୍ରକାଶ କରିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?