ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅନିବାର୍ଯ୍ୟ । ଛତ୍ରପୁରରେ ଅନୁଷ୍ଠିତ ଇ-ଅଭିଯୋଗ ଦରଖାସ୍ତ ଉପରେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ପେଣ୍ଡିଂ ଥିବା ଇ-ଅଭିଯୋଗଗୁଡିକୁ ଚଳିତ ମାସ ୧୫ ତାରିଖ ମଧ୍ୟରେ ଫଏସଲା କରିବାକୁ ସେ କହିଛନ୍ତି । ଯେଉଁ ବ୍ଲକ, ତହସିଲ କିମ୍ବା ଅନ୍ୟାନ୍ୟ ବିଭାଗଗୁଡିକରେ ଅଧିକ ସଂଖ୍ୟକ ଇ-ଅଭିଯୋଗ ପଡି ରହିଛି ଏଥିରେ କାର୍ଯ୍ୟାଳୟର ସଂଖ୍ୟାଧିକ କର୍ମଚାରୀ ନିୟୋଜିତ କରି ସାରିବା ପାଇଁ କୁହାଯାଇଛି ା ଇ-ଅଭିଯୋଗର ଫଏସଲା ନକଲ ଅନଲାଇନ୍ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରେରଣ ହେବା ସହ ଏହାର ଏକକିତା ନକଲ ସମ୍ପୃକ୍ତ ଅଭିଯୋଗକାରୀଙ୍କୁ ପ୍ରଦାନ କରାଯିବ। ପ୍ରତ୍ୟେକ ଅଭିଯୋଗ କାର୍ଯ୍ୟାନୁଷ୍ଠାନ ନକଲରେ କାର୍ଯ୍ୟାଳୟ ମୁଖ୍ୟଙ୍କ ଦସ୍ତଖତ ରହିବ ା ପ୍ରତ୍ୟେକ ଶନିବାର କାର୍ଯ୍ୟାଳୟ ମୁଖ୍ୟ ଇ-ଅଭିଯୋଗର ସମୀକ୍ଷା କରିବେ ା ଚଳିତ ମାସ ୧୫ ତାରିଖ ପରେ ଦପ୍ତରକୁ ପ୍ରେରଣ ହେଉଥିବା ଇ-ଅଭିଯୋଗଗୁଡିକ ୭ ଦିନ ମଧ୍ୟରେ ଫଏସଲା କରାଯିବ ା ଅବହେଳା କଲେ ସମ୍ପୃକ୍ତ ଅଧିକାରୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଅତିରିକ୍ତ ଜିଲାପାଳ କହିଥିଲେ। ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶ ସୁଦାମ ଚରଣ ମଣ୍ଡଳ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଭାଗ ଅଧିକାରୀମାନେ ଯୋଗ ଦେଇଥିଲେ ା
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

