Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ପିଏ କହି ବିଧାୟକ ଓ ଏମ୍‌ପିଙ୍କୁ ଠକୁଥିଲେ ବିଟେକ୍‌ ଛାତ୍ର

ହାଇଦ୍ରାବାଦ,୨୦।୬: ଆନ୍ଧ୍ର ପ୍ରଦେଶରେ ବିଧାୟକଙ୍କ ସହ ଠକେଇର ଏକ ମାମଲା ସାମ୍ନାକୁ ଆସିଛି। ଉକ୍ତ ସହରର ୪ଜଣ ଛାତ୍ର ବିଟେକ ପାଠପଢ଼ା ଛାଡ଼ି ନିଜର ଏକ ଗ୍ୟାଙ୍ଗ କରି ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁାରେ ଦଳର ବିଧାୟକଙ୍କଠାରୁ ଟଙ୍କା ହଡ଼ପ କରୁଥିବା ଅଭିଯୋଗ ହୋଇଛି। ଆଉ ଏଥିପାଇଁ ଏହି ଗ୍ୟାଙ୍ଗର ଜଣେ ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କ ନଁାରେ ଫେକ୍‌ ଫୋନ କଲ୍‌ କରି ବିଧାୟକ ଓ ଏମ୍‌ପିଙ୍କ ଠାରୁ ଟଙ୍କା ମାଗୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୬ରେ ଏହି ଗ୍ୟାଙ୍ଗର ଜଣେ ସଦସ୍ୟ ନିଜକୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ସଚିବ ନାଗେଶ୍ୱର ରେଡ୍ଡୀ କହି ଓ୍ବାଇଏସ୍‌ଆର୍‌ କଂଗ୍ରେସର ବିଧାୟକ ଏସ୍‌ ଅପ୍ପାଲାଙ୍କୁ ଫୋନ କରି ମୁଖ୍ୟମନ୍ତ୍ରୀଙ୍କୁ ୧୫ଲକ୍ଷ ଟଙ୍କା ଦରକାର ବୋଲି କହିଥିଲେ। ଏହାପରେ ଜୁନ ୭ରେ ଟିଡିପିର ପୂର୍ବତନ ବିଧାୟକ ବଣ୍ଡାରୁ ସତ୍ୟନାରାୟଣଙ୍କୁ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ସଚିବ କହି ଟଙ୍କା ମାଗିଥିଲେ। ଏହାପରେ ସତ୍ୟନାରାୟଣ ଏହି ଘଟଣାର ଯାଞ୍ଚ କରିବାରୁ ଜଣାପଡ଼ିଥିଲା ଯେ, ଏହା ଏକ ଫେକ୍‌ ଫୋନ କଲ୍‌। ଏନେଇ ସେ ସ୍ଥାନୀୟ ଥାନାରେ ଏକ ମାମଲା ରୁଜୁ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏହି ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବିଷ୍ଣୁ ମୂର୍ତ୍ତୀ, ତରୁଣ କୁମାର, ଜୟ କୃଷ୍ଣ ଓ ଜଗଦୀଶ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri