ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ଲୋକାର୍ପିତ, ଲୋକଙ୍କ ମତାମତ ଅନୁଯାୟୀ ହେବ ଚୂଡାନ୍ତ ପ୍ଲାନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ଜୋର୍‌ଦାର କାର୍ଯ୍ୟକ୍ରମ ଆରମ୍ଭ କରିଦେଇଛନ୍ତି। ଏଥିପାଇଁ ମନ୍ଦିର ଚାରିପାଖରୁ ବିଭିନ୍ନ ଦୋକାନ ଏବଂ ଘରଗୁଡିକୁ ସରକାର ଉଚ୍ଛେଦ କରି ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି। ସୋମବାର ଏନେଇ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏକ ବଡ ନିଷ୍ପତ୍ତି ହୋଇଛି। ବୈଠକରେ ସବୁ ବିଭାଗର ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଛନ୍ତି। ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି। ଏହାସହ ଉକ୍ତ ପ୍ଲାନର ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି। ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ସମ୍ପର୍କରେ ରାଜ୍ୟବାସୀଙ୍କୁ ଆସନ୍ତା ୧୫ ଜାନୁୟାରୀ ୨୦୨୦ ସୁଦ୍ଧା ଇ-ମେଲ୍‌ ଜରିଆରେ ନିଜର ମୂଲ୍ୟବାନ ମତାମତ ଜଣାଇବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିପାଇଁ ଇ-ମେଲ୍‌ ଆଇଡି, ଫ୍ୟାକ୍ସ ନମ୍ବର ଏବଂ ଲ୍ୟାଣ୍ଡଲାଇନ ନମ୍ବର ଦିଆଯାଇଛି। jagannath.or@nic.in, ଫ୍ୟାକ୍ସ ନମ୍ବର- ୦୬୭୫୨-୨୫୨୧୦୦, ଲ୍ୟାଣ୍ଡ ନମ୍ବର-୦୬୭୫୨-୨୫୨୯୦୦ ଜାରି କରାଯାଇଛି। ଲୋକମାନେ ଏହିସବୁ ମାଧ୍ୟମରେ ଯେଉଁ ପ୍ରସ୍ତାବ ରଖିବେ ସେଗୁଡିକର ତର୍ଜମା କରାଯାଇ ଚୂଡାନ୍ତ ଆର୍କିଟେକ୍‌ଚରାଲ ପ୍ଲାନ ପ୍ରକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହାସହ ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ମଠ ଓ ବ୍ୟକ୍ତି ବିଶେଷମାନେ ଜମି ଦେଇଛନ୍ତି ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଛନ୍ତି, ଏହି ବ୍ୟକ୍ତିବିଶେଷଙ୍କ ନାମ ଉକ୍ତ ଐତିହ୍ୟ କରିଡରରେ ସବୁଦିନ ପାଇଁ ସ୍ଥାନିତ ହୋଇ ରହିବ। ଅଧିଗୃହୀତ କରାଯାଇଥିବା ସମସ୍ତ ଜମିକୁ ଜଗନ୍ନାଥଙ୍କ ନାମରେ ରେକର୍ଡ କରାଯିବ। ଲୋକାର୍ପିତ ହୋଇଥିବା ଚିଠା ଆର୍କିଟେକ୍‌ଚରାଲ ପ୍ଲାନ କେବଳ କରିଡରର ସୌନ୍ଦର୍ଯ୍ୟକରଣ ଏବଂ ବିଭିନ୍ନ ସୁବିଧା ସୁଯୋଗର ବିକାଶ ମଧ୍ୟରେ ସୀମିତ। ଶ୍ରୀମନ୍ଦିର ସୁରକ୍ଷା ଓ ଫଙ୍କ୍‌ଶନାଲିଟି ଲାଗି ଯାହା ଯୋଜନା ପ୍ରସ୍ତୁତ ହେବ ତା’ର ଦାୟିତ୍ୱ ଏ ସଂକ୍ରାନ୍ତରେ ଖ୍ୟାତି ଅର୍ଜନ କରିଥିବା ବୃତ୍ତିଧାରୀମାନଙ୍କୁ ଅର୍ପଣ କରିବାକୁ ସ୍ଥିର ହୋଇଛି। ପୁରୀକୁ ବର୍ଷସାରା ଦେଶ, ବିଦେଶର ଚାରିଆଡୁ ଲକ୍ଷ ଲକ୍ଷ ତୀର୍ଥ ଯାତ୍ରୀ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇବା ସହିତ ସେମାନେ ଯେପରି ପବିତ୍ର ଅନୁଭୂତି ନେଇ ଫେରିବେ, ସେଥିପାଇଁ ପାରିପାର୍ଶ୍ୱିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡି ବ୍ୟବସ୍ଥା କରାଯିବ। ଏହାସହ ସେମାନଙ୍କ ଲାଗି ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ। ଯାତ୍ରୀମାନେ ପାଦ, ହାତ ଧୋଇବା ଲାଗି ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହ ପିଇବା ପାଣି ଏବଂ ଶୌଚାଳୟର ବିକାଶ କରାଯିବ।
ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରାଯିବ। ଜଗନ୍ନାଥଙ୍କ ବିଭିନ୍ନ ବେଶ, ଦଶାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା ରହିବ। ମୁକ୍ତାକାଶ ମଞ୍ଚରେ ଓଡିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ ମଧ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?