ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିକଶିତ ହେବ ସତ୍ୟବାଦୀ ବନବିଦ୍ୟାଳୟ

ସାକ୍ଷୀଗୋପାଳ,୭।୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲାର ସତ୍ୟବାଦୀ ଐତିହାସିକ ବକୁଳବନ ସ୍ଥିତ ବନବିଦ୍ୟାଳୟର ହଜିଲା ସ୍ମୃତି ପୁଣି ଉଜ୍ଜିବୀତ ହେବ। ଛାତ୍ରୀଛାତ୍ର ଓ ପର୍ଯ୍ୟଟକମାନଙ୍କ ପାଇଁ ଏହାକୁ ଆକର୍ଷଣୀୟ କରାଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏ ଦିଗରେ ତତ୍ପର ହୋଇଛି। ବିଭାଗୀୟ ସଚିବ ସାଳୀନ ପଣ୍ଡିତ ସତ୍ୟବାଦୀ ବନବିଦ୍ୟାଳୟ ସ୍ଥିତି ଅନୁଧ୍ୟାନ କରିବା ପରେ ଏହି ପଦକ୍ଷେପ ନିଆଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଓ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସହିତ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ଅଧିକାରୀ ଉପସ୍ଥିତ ରହିଥିଲେ। ଏ ଦିଗରେ ଖୁବଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ। ଆଗାମୀ ୧୪ ତାରିଖ ହେବାକୁ ଥିବା ୩ ଦିନିଆ ସତ୍ୟବାଦୀ ମହୋତ୍ସବ ଅବସରରେ ସରକାର ଏହାର ରୁପରେଖ, ବ୍ୟୟ ଅଟକଳ ଘୋଷଣା କରିବେ ବୋଲି ବିଧାୟକ ଓମ ପ୍ରକାଶ କହିଛନ୍ତି।
ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କହିଥିଲେ, ଲୋକସେବା ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ବୈଠକରେ ଯୋଗଦେଲି।

ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ ୧୯୦୯ ମସିହାରେ ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଆଜି ମଧ୍ୟ ଏକ ଐତିହ୍ୟସଂପନ୍ନ ଶିକ୍ଷାନୁଷ୍ଠାନ ଭାବେ ଏହାର ସ୍ବତନ୍ତ୍ରତା ରହିଛି।
ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ନିର୍ଦ୍ଦେଶ ଦେଇଛି।
ଏହି ବିଦ୍ୟାଳୟର ଆଦର୍ଶ ଓ ଆଭିମୁଖ୍ୟ ବିଷୟରେ ବର୍ତ୍ତମାନର ପିଢ଼ିଙ୍କୁ ଅବଗତ କରାଇବା ପାଇଁ ଏହାର ମୂଳ ଢାଞ୍ଚା ଅନୁରୂପ ବିକାଶ କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଛି।
ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଏହି ସ୍ଥାନ ପରିଦର୍ଶନ କରି ଏହାର ଐତିହ୍ୟ ସଂପର୍କରେ ଜ୍ଞାନ ଅର୍ଜନ କରିପାରିବେ ଏବଂ ଏହା ପର୍ଯ୍ୟଟକମାନଙ୍କୁ ମଧ୍ୟ ଆକୃଷ୍ଟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?