ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ସଦର ଆଙ୍କୋ ଅଞ୍ଚଳର ମା’ ବାସୁଳୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ସଭାପତି ସୁମତି ଭକ୍ତ, ସମ୍ପାଦିକା ଜ୍ୟୋତ୍ସ୍ନାରାଣୀ ବେହେରା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ଜରିଆରେ ୧୧ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି।

ଜଳେଶ୍ୱର ପୌରାଞ୍ଚଳର ବାବା ସିଦ୍ଧେଶ୍ୱର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି ଦୀପ୍ତି ପଟ୍ଟନାୟକ, ସମ୍ପାଦିକା ମାମୁନି ପରିଡ଼ାଙ୍କ ସମେତ ଅନ୍ୟ ସଦସ୍ୟାମାନଙ୍କ ତରଫରୁ ୨୫୦୦ଟଙ୍କାର ଅର୍ଥରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରାଯାଇଛି। ଏଥିସହିତ ସେମାନେ ସଫେଇ କର୍ମଚାରୀମାନଙ୍କୁ ମାସ୍କ, ଟିଫିନ ଓ ସାବୁନ ବଣ୍ଟନ କରିଛନ୍ତି। ସେହିପରି ବାଲେଶ୍ୱର ଈଶାନନଗର ଅନ୍ନପୂର୍ଣ୍ଣା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ସଭାପତି ମାଳତୀ ପୁଟି ଏବଂ ସମ୍ପାଦିକା ଭାରତୀ ଦାସ ୨ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଜିଲା ସମାଜ ମଙ୍ଗଳ ଅଧିକାରୀ କୁସୁମମାଳା ମିଶ୍ର, ମିଶନ ଶକ୍ତି ଡିପିସି ବିଶ୍ୱଜିତ ପରିଡ଼ା, ସିଡ଼ିପିଓ ବିନିତାମଣି ସିଂ, ବିପିସି ଲୋପାମୁଦ୍ରା ପରିଡ଼ା, ଡିଏମ୍‌ଏସ୍‌ସି ଯଜ୍ଞେଶ୍ୱରୀ ପଣ୍ଡା ପ୍ରମୁଖ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ଏଭଳି କାର୍ଯ୍ୟର ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ପାଣିପାଗ ବିଭାଗର ସୂଚନା, ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ଼୍ବର, ୧୭।୬: ଓଡ଼ିଶାର ଉପକୂଳ ଅଞ୍ଚଳରେ ଆହୁରି ୩ରୁ ୪ ଦିନ ତାତି ଅନୁଭୂତ ହେବ । ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି...

ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ...

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri