ବଲାଙ୍ଗୀର ଅଫିସ,୧୭ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବଲାଙ୍ଗୀର ଜିଲାରେ ମାରାଥନ୍ ରୋଡ ଶୋ’ କରିବା ସମୟରେ ଆଗଲପୁର ବ୍ଲକ ସାଲେଭଟାଠାରେ କଳାପତାକା ପ୍ରଦର୍ଶନ ଓ ଅଣ୍ଡାମାଡ ଘଟଣା ଘଟିଥିଲା। ଏହି ଘଟଣାରେ ପୂର୍ବତନ ଏମ୍ପି ବାଳଗୋପାଳ ମିଶ୍ର ଓ ତାଙ୍କ ପୁଅ ଆକାଶ ମିଶ୍ରଙ୍କ ସମେତ ୧୪ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା। ତେବେ ମଙ୍ଗଳବାର ସମସ୍ତ ଅଟକଙ୍କୁ ଛାଡି ଦିଆଯାଇଛି। ଏହି ଘଟଣାକୁ ନେଇ ଲୋଇସିଂହା ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ଏସପି କେ. ଶିବା ସୁବ୍ରମଣି ସୂଚନା ଦେଇଛନ୍ତି।
ସୋମବାର ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏକ ସ୍ବତନ୍ତ୍ର ବସ୍ରେ ରୋଡ ଶୋ କରି ରାତି ପ୍ରାୟ ୯ଟାରେ ଲୋଇସିଂହା ନିର୍ବାଚନମଣ୍ଡଳୀର ସାଲେଭଟାଠାରେ ପହଞ୍ଚତ୍ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ବସ ସାଲେଭଟା ପହଞ୍ଚତ୍ବା
ପରେ ପୂର୍ବତନ ଏମ୍ପି ବାଳଗୋପାଳ ମିଶ୍ରଙ୍କ ଘର ନିକଟରୁ କେତେକ ଲୋକ ଅଣ୍ଡା ଫିଙ୍ଗିଥିଲେ। ତେବେ ଫିଙ୍ଗା ଯାଇଥିତ୍ବା ଅଣ୍ଡା ମୁଖ୍ୟମନ୍ତ୍ରୀଙ୍କ ଗାଡିରେ ନ ବାଜି କାରକେଡରେ ଥିବା ଗାଡିରେ ବାଜିଥିଲା। ପରେ କେତେକ କାରକେଡ ଗାଡି ଉପରକୁ ଟେକାମାଡ କରାଯାଇଥିଲା। ଏହି ଟେକାମାଡରେ ଗୋଟିଏ ପୋଲିସ ଗାଡି ସମେତ ୪ଟି ଘରୋଇ ଗାଡି କାଚ ଭାଙ୍ଗିଥିଲା।
ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ବେଳେ ଅଣ୍ଡାମାଡ଼ ଘଟଣା: ଅଟକ ବାଳଗୋପାଳଙ୍କ ସମେତ ୧୪ଜଣଙ୍କୁ ଛାଡ଼ିଲା ପୋଲିସ
ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍ ପାଣିଗ୍ରାହୀ
ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…
ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା
ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…
ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ
ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…
ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ
କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…
ପିଡିଏସ୍ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍ପି
କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…
ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…
ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର
ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

