ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ରକୁ ଦିଆଯିବ ଗୁରୁତ୍ୱ

ବ୍ରହ୍ମପୁର ଅଫିସ/ ସୋରଡା,୧୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ସୋରଡ଼ାରେ ଅନୁଷ୍ଠିତ ହେବ। ଏଥିରେ ଦଳର ପ୍ରାୟ ୩ ହଜାର କର୍ମୀ, ନେତା ଓ ଛାମୁଆ ସଂଗଠନ କର୍ମକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାକାର ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କୁ ଆୟୋଜନର ଦାୟିତ୍ୱ ଦିଆଯାଇଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଛତ୍ରପୁର ବିଧାୟକ ତଥା ଦଳର ଜିଲା ସାଧାରଣ ସମ୍ପାଦକ ସୁବାସ ଚନ୍ଦ୍ର ବେହେରା ସୋରଡ଼ାରେ ରହି ଏହାର ତଦାରଖ କରୁଛନ୍ତି।
୨୦୧୮ ଜୁନ ୨୨ରେ ଗୋପାଳପୁରରେ ଅନୁଷ୍ଠିତ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକର ୧୫ ମାସ ବିତିବାକୁ ଯାଉଥିବା ବେଳେ ୨୦୧୯ର ବୈଠକ ସୋରଡ଼ାରେ ଆୟୋଜନ କରାଯାଇଛି। ଜିଲା ସଭାପତି ତଥା ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା କରିବେ। ୨ ଏମ୍‌ପିଙ୍କ ବ୍ୟତୀତ ୧୧ ବିଧାୟିକା, ବିଧାୟକ ଯୋଗଦେବେ। ଜିଲା ପର୍ଯ୍ୟବେକ୍ଷକ ଓ ଅନ୍ୟମାନେ ଉପସ୍ଥିତ ରହିବେ ।
ମୁଖ୍ୟତଃ ଦଳର ସଂଗଠନକୁ ବିସ୍ତାର କରିବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ୫-ଟି ର ସଫଳ ରୂପାୟନ ପାଇଁ ସର୍ବାଧିକ ଗୁରୁତ୍ୱ ଦିଆଯିବ ବୋଲି ଜିଲା ସାଧାରଣ ସମ୍ପାଦକ ସୁବାସ ସୂଚନା ଦେଇଛନ୍ତି। ନୂଆ ଫର୍ମୁଲାରେ ବିଜେଡି ସଦସ୍ୟା, ସଦସ୍ୟଙ୍କ ସଂଖ୍ୟା ଆଶାନୁରୂପ ବୃଦ୍ଧି ନିମନ୍ତେ ସମବେତ କର୍ମୀ ଓ ନେତାଙ୍କୁ ପରାମର୍ଶ ଦିଆଯିବ। ଏଥିପାଇଁ ପ୍ରସ୍ତୁତ ବ୍ଲୁପ୍ରିଣ୍ଟ ଉପସ୍ଥାପିତ କରାଯିବ।
ଗତ ବର୍ଷ ଗୋପାଳପୁର ବୈଠକରେ ଆଗତ ୨୭ ରାଜନୈତିକ ପ୍ରସ୍ତାବରୁ କେତୋଟି କାର୍ଯ୍ୟକାରୀ ହୋଇଛି ସେନେଇ ସମୀକ୍ଷା କରାଯିବ। ଏହି ଗୃହୀତ ପ୍ରସ୍ତାବଗୁଡ଼ିକ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କୁ ପଠାଯାଇଥିଲା। ତା’ ମଧ୍ୟରେ ଜିଲାର ସବୁ ବ୍ଲକରେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ କରି ବ୍ୟାପକ ନିଯୁକ୍ତି ସୃଷ୍ଟି କରିବା, ଏମ୍‌କେସିଜି ମେଡିକାଲ କଲେଜକୁ ସ୍ବୟଂଶାସିତ ମାନ୍ୟତା ଦିଆଯିବା ଏବଂ ସେଠାରେ ଖାଲି ପଡ଼ିଥିବା ସମସ୍ତ ପଦବୀ ପୂରଣ କରାଯିବା, ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା, ଋଷିକୁଲ୍ୟା ନଦୀ ଯୋଜନାର ଆଧୁନିକୀକରଣ, ଘଟକେଶ୍ୱର ସେଚ ପ୍ରକଳ୍ପ ନିର୍ମାଣ ସମ୍ପୂର୍ଣ୍ଣ କରାଯିବା, ମତ୍ସ୍ୟଜୀବୀଙ୍କ ପାଇଁ ମାଛ ଧରା ବନ୍ଦର ନିର୍ମାଣ ଆଦି ଅନ୍ତର୍ଭୁକ୍ତ ଥିଲା। ସେହିପରି ବ୍ରହ୍ମପୁରରେ ରିଂ-ରୋଡ ନିର୍ମାଣ, ଆସିକା ଚିନିଶିଳ୍ପର ଉନ୍ନତୀକରଣ କରାଯିବା ଆଦି ପ୍ରସ୍ତାବ ଗୃହୀତ ହୋଇଥିଲା। ତନ୍ମଧ୍ୟରୁ ଗୋଟିଏ ମଧ୍ୟ କାର୍ଯ୍ୟକାରୀ ହୋଇ ନ ଥିବା ବେଳେ ସୋରଡ଼ା ବୈଠକରେ ବିଭିନ୍ନ ପ୍ରସ୍ତାବ ଗୃହୀତ ହେବ।
ଗୋପାଳପୁର ବୈଠକରେ ଓଡ଼ିଶା ତଥା ଗଞ୍ଜାମ ଜିଲା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା ନେଇ ୧୨ ପ୍ରସ୍ତାବ ଗୃହୀତ ହୋଇଥିଲା। ବୈମାତୃକ ମନୋଭାବ ପୋଷଣ ନେଇ କେନ୍ଦ୍ରକୁ ଟାର୍ଗେଟ କରାଯାଇଥିଲା। ଚଳିତ ବର୍ଷ ସାଧାରଣ ନିର୍ବାଚନ ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନୋଭାବରେ ପରିବର୍ତ୍ତନ ଘଟିଛି। ତେଣୁ ସୋରଡ଼ା ବୈଠକରେ କେନ୍ଦ୍ର ଅବହେଳାକୁ ନେଇ କି ପ୍ରକାର ପ୍ରସ୍ତାବ ଆଗତ ହେବ କି ନାହିଁ ସେନେଇ ରାଜନୈତିକ ମହଲରେ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?