ମୁଖ୍ୟମନ୍ତ୍ରୀ ଆସନ ଉପରେ ଶିବସେନାର ନଜର: ଅଢେଇ ବର୍ଷ ପାଇଁ ମାଗିପାରେ ଗାଦି

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ରରେ ରାଜନୀତି ଏବେ ସରଗରମ। କାରଣ ବିଧାନସଭା ନିର୍ବାଚନ ପରେ ଏବେ ରାଜ୍ୟରେ ଭାଜପା-ଶିବସେନା ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ପୂର୍ବରୁ ୫୦-୫୦ ଆସନ ବୁଝାମଣାକୁ ନେଇ ଶିବସେନା ଭାଜପା ସହ ମେଣ୍ଟ କରିଥିବା ବେଳେ ଏବେ ଏହି ସମୟ ଆସି ପହଞ୍ଚିଯାଇଛି। ତେବେ ଏହି ବିଜୟ ପରେ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଦୀପାବଳି ପରେ ଆସନ ବୁଝାମଣା କଥା କଥାହେବେ ବୋଲି କହିଛନ୍ତି। କିନ୍ତୁ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୫୦-୫୦ ଅଙ୍କକୁ ନେଇ ଶିବସେନା ଅଡିବସିପାରେ ବୋଲି ଅନୁମାନ କରାଯାଉଛି। ଅଥାତ୍‌ ଅଢେଇ ବର୍ଷ ପାଇଁ ଶିବସେନା ମୁଖ୍ୟମନ୍ତ୍ରୀ ଆସନ ମାଗିପାରେ ବୋଲି ଏବେଠାରୁ ଚର୍ଚ୍ଚା ହେଲାଣି। ଏପଟେ ପ୍ରଥମଥର ଲାଗି ଠାକରେ ପରିବାରର ସୁପୁତ୍ର ଆଦିତ୍ୟ ଠାକରେ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରି ବିଜୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ମଧ୍ୟ କଳ୍ପନା ଜଳ୍ପନା ଲାଗିବା ସ୍ବାଭାବିକ କଥା। ଏମିତିକି ଠାକରେଙ୍କ ସମର୍ଥକମାନେ ଶୁକ୍ରବାର ଆଦିତ୍ୟ ଭାବି ମୁଖ୍ୟମନ୍ତ୍ରୀ ହେବେ ବୋଲି ପୋଷ୍ଟର ଲଗାଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri