Posted inଜାତୀୟ

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ଇସ୍ତଫା ପରେ ସ୍ତ୍ରୀ କହିଲେ ଏମିତି କଥା

ମୁମ୍ବାଇ,୨୭।୧୧: ଯେଉଁଭଳି ନାଟକୀୟ ଢଙ୍ଗରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ସେହିଭଳି ସୁପ୍ରିମକୋର୍ଟଙ୍କ ଆସ୍ଥା ଭୋଟ ନିର୍ଦ୍ଦେଶ ପରେ ଦେବେନ୍ଦ୍ର ଫଡ୍‌ନଭିସ୍‌ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏବେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା-ଏନସିପି ଓ କଂଗ୍ରେସ ସରକାର ଗଠନ କରିବେ। ଉଦ୍ଧବ ଠାକରେ ହିଁ ଏହି ମେଣ୍ଟ ସରକାରରେ ମୁଖ୍ୟମନ୍ତ୍ରୀ ହେବେ। ତେବେ ଫଡ୍‌ନବିସ୍‌ ଇସ୍ତଫା ଦେବା ପରେ ତାଙ୍କ ସ୍ତ୍ରୀ ଅମୃତା ଫଡ୍‌ନଭିସ ଏକ ଭାବପ୍ରବଣ ଟୁଇଟ କରିଛନ୍ତି। ସେ ଟୁଇଟରେ ଏକ ଗଜଲ ପଂକ୍ତି ଲେଖି କହିଛନ୍ତି, ପଲଟ କେ ଆଉଙ୍ଗି ଶାଖୋଁ ପେ ଖୁସବୁଏଁ ଲେକର.. ଖିଜାଁ କି ଜଡ ମେ ହୁଁ ମୌସମ ଜରା ବଦଲେ ନେ ଦୋ..। ଧନ୍ୟବାଦ ମହାରାଷ୍ଟ୍ର, ଅଭୁଲା ପାଞ୍ଚବର୍ଷ ଆପଣମାନେ ମୋତେ ଯେଉଁ ଭଲ ପାଇବା ଦେଇଛନ୍ତି ତାହା ସବୁବେଳେ ମନେ ପଡିବ। ମୁଁ ମୋ ଯୋଗ୍ୟତା ହିସାବରେ କାମ କରିବାକୁ ଚେଷ୍ଟା କରିଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିବାକୁ ମୋର ଇଚ୍ଛା ଥିଲା। ଫଡନବିସ୍‌ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେବା ପରେ ଅମୃତା ଏହି ଟୁଇଟ୍‌ କରିଛନ୍ତି। ଅମୃତା ଜଣେ ଗଜଲ ଗାୟିକା ଭାବେ ଲୋକପ୍ରିୟତା ଅର୍ଜନ କରିଛନ୍ତି। ନଭେମ୍ବର ୨୩ରେ ପଡନ୍‌ବିସ ଦ୍ୱିତୀୟଥର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅମୃତା ଟୁଇଟ୍‌ କରି ଉଭୟ ଦେବେନ୍ଦ୍ର ଏବଂ ଅଜିତ ପାଓ୍ବାରଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ, ଆପଣମାନେ କରି ଦେଖାଇଲେ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ୭୯ ଘଣ୍ଟା ପରେ ଉଭୟ ଦେବେନ୍ଦ୍ର ଫଡନ୍‌ବିସ ଏବଂ ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri