Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଶାୟୀ ମାୟାବତୀ

ମେରଠ,୫।୬: ଉତ୍ତର ପ୍ରଦେଶରେ ଏସ୍‌ପି-ବିଏସ୍‌ପି ଦୀର୍ଘ ବର୍ଷର ଶତ୍ରୁତାକୁ ଭୁଲି ଗତ ଲୋକ ସଭା ନିର୍ବାଚନରେ ଏକାଠି ହୋଇଥିଲେ। ଚଳିତବର୍ଷ ଜାନୁୟାରୀରେ ହିଁ ଦୁଇ ଦଳର ମୁଖ୍ୟ ଏକ ଖବରଦାତା ସମ୍ମିଳନୀରେ ଏକାଠି ହୋଇଥିବା ଘୋଷଣା କରିଥିଲେ। ସେତେବେଳେ ରାଜନୈତିକ ବିଶେଷଜ୍ଞ ଅନୁମାନ ଲଗାଇଥିଲେ କି ଏହା ଭାଜପା ପାଇଁ କଣ୍ଟା ହେବ। କିନ୍ତୁ ଠିକ୍‌ ୫ ମାସ ପରେ ପୁଣିଥରେ ଏହି ବନ୍ଧୁତା ଅଡୁଆରେ ପଡିଯାଇଛି। ଲୋକ ସଭା ନିର୍ବାଜନରେ ବିଜୟ ଲାଭ ନ କରିବା ପରେ ମାୟାବତୀ ମେଣ୍ଟ ଉପରେ ଅସ୍ଥାୟୀ ବ୍ରେକ୍‌ ଲଗାଇଛନ୍ତି। କାରଣ ଦର୍ଶାଯାଇଛି ଏସ୍‌ପିର ଭୋଟର ବିଏସ୍‌ପିର ସାଥ ଦେଲାନାହିଁ। ହେଲେ ଏବେ ପୁଣିଥରେ ଅନୁମାନ ଲଗାଯାଇଛି କି ମାୟାବତୀ ମେଣ୍ଟରୁ ସମ୍ପୂର୍ଣ୍ଣ ମୁହଁ ମୋଡି ନ ଥିବା ବେଳେ ଆଗାମୀ ଦିନରେ ସେ ମୁଖ୍ୟମନ୍ତ୍ରୀ ହେବାକୁ ଇଚ୍ଛା ରଖିଛନ୍ତି। କାରଣ ପୂର୍ବରୁ ମାୟାବତୀ ପ୍ରଧାନମନ୍ତ୍ରୀ ଦୌଡରେ ଥିବା ବେଳେ ଅଖିଳେଶ ଆଶା କରି ବସିଥିଲେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ବୋଲି। ହେଲେ କେନ୍ଦ୍ରରୁ ସେମିତି କିଛି ସଫଳତା ନ ମିଳିବା ପରେ ଏବେ ମାୟାବତୀ ମୁଖ୍ୟମନ୍ତ୍ରୀ ଆସନକୁ ଆଖେଇଛନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri