ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା ପ୍ରଧାନ ପୁରୁଷ ଓ୍ବାର୍ଡରେ ଭର୍ତ୍ତି କରିଛନ୍ତି। ସୋମବାର ଖଗେଶ୍ୱରଙ୍କ ଛାତି ଏକ୍ସ-ରେ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ମଙ୍ଗଳବାର ଦମ୍ପତି କାଜୁଆଲଟି ପାଖରେ ଥିବା ଏକ୍ସ-ରେ ଘରକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ କାଜୁଆଲଟି ସମ୍ମୁଖରେ ଛିଡ଼ା ହୋଇଥିବା ଦଲାଲ ଜଣଙ୍କ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ଓ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ଦ୍ୱାରା ୩୦ ହଜାର ଟଙ୍କା ତାଙ୍କ ବ୍ୟାଙ୍କ ଖାତାକୁ ଆସିବ ବୋଲି କହିଥିଲେ। ଏପରିକି ବୃଦ୍ଧାଙ୍କୁ ନେଇ ଡାକ୍ତରଖାନାର ବୀମା ଅଫିସକୁ ଯାଇଥିଲେ। ୫ ଶହ ଟଙ୍କା କାଗଜପତ୍ର ବାବଦକୁ ବୃଦ୍ଧାଙ୍କ ଠାରୁ ନେବା ପରେ ପୁଣି ସାଢ଼େ ୩ହଜାର ଟଙ୍କା ନେଇ ଆଉ ଫେରି ନ ଥିଲେ। ବୃଦ୍ଧା ଜଣଙ୍କ ଅପେକ୍ଷା କରି ଶେଷରେ ସନ୍ଧ୍ୟାରେ ମେଡିକାଲକୁ ଫେରି ସ୍ବାମୀଙ୍କ ଆଗରେ ଠକେଇ ସମ୍ପର୍କରେ କହିଥିଲେ। ଘଟଣା ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିନାହିଁ।
Posted inHome Middle, ଅନୁଗୋଳ View All
ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍
ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...
ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍
ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…
ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…
ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
Archives


