ମୁଖ୍ୟ ଶାସନ ସଚିବଙ୍କ ପାରାଦୀପ ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଉଦ୍‌ଘାଟନ

ପାରାଦୀପ,୫ା୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ପାରାଦୀପ ଗସ୍ତ କରିଥିଲେ। ଏହି ସମୟରେ ସେ ବନ୍ଦର ନିଷିଦ୍ଧାଞ୍ଚଳ ବୁଲିବା ସହ କେତେକ ନୂତନ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ପ୍ରକଳ୍ପଗୁଡ଼ିକ ମଧ୍ୟରେ ସବ୍‌ଷ୍ଟେସନ ଛକରେ ଏକ ଅତ୍ୟାଧୁନିକ ଯାତ୍ରୀ ବିଶ୍ରାମଗାର, ସୌନ୍ଦର୍ଯ୍ୟ କରଣ ଆଲୋକ, ବନୀକରଣ ପାଇଁ ଫଳକ ଆଦି ଅନ୍ତର୍ଭୁକ୍ତ। ଏହା ପରେ ବନ୍ଦର ପ୍ରଶାସନିକ ଭବନର ବୋର୍ଡ ରୁମ୍‌ରେ ବନ୍ଦର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକ ପରେ ତ୍ରିପାଠୀ କହିଥିଲେ, ପାରଦୀପ ବନ୍ଦର ଏବେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ଭାବେ ମାନ୍ୟତା ପାଇଛି। ଆହୁରି ଅଧିକ ପଣ୍ୟ କାରବାର ପାଇଁ ଅନେକ ଭିତ୍ତିଭୂମି ରହିଛି। ଯାହା ରାଜ୍ୟର ବିକାଶରେ ସହାୟକ ହେବ। ଏଥିସହ ପର୍ଯ୍ୟାବରଣ ଓ ସୌନ୍ଦର୍ଯ୍ୟକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରିଛି। ଯାହା ଗସ୍ତ ସମୟରେ ସେ ଅନୁଭବ କରିଛନ୍ତି। ଏହି ଗସ୍ତବେଳେ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରାୟ ସଚିବଙ୍କୁ ବନ୍ଦର ସମ୍ପର୍କରେ ଅବଗତ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଏସ୍‌ପି ପ୍ରକାଶ ଆରଙ୍କ ସମେତ ରାଜ୍ୟ ଓ ବନ୍ଦର ପ୍ରଶାସନର ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ଥିଲେ। ସୂଚନାଥାଉକି ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଥିଲା। ଏଥିରେ ସଚିବ ତ୍ରିପାଠୀ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ତେବେ ବିଶେଷ କାରଣ ପାଇଁ ସେ ଆସି ପାରି ନ ଥିବାରୁ ଶନିବାର ଆସିଥିଲେ। ବନ୍ଦରର ନୂତନ ପ୍ରକଳ୍ପ ନିମନ୍ତେ ୭୦୦୦ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ପ୍ରସ୍ତାବକୁ ସେ ସ୍ବାଗତ କରିବା ସହ ଏହା ରାଜ୍ୟର ଅର୍ଥନୀତି କ୍ଷେତ୍ରରେ ସହାୟକ ହେବ ବୋଲି କହିଥିଲେ। ସ୍ବରେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଓ ଅବଲଣୀକର କାରଖାନା ପ୍ରକଳ୍ପକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri