ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣା, ୪ଗିରଫ

ବାଲିଗୁଡା,୨୪ା୩- ବାଲିଗୁଡା ଥାନା ସିନ୍ଦ୍ରିଗଁା ଖଡ୍‌ଗନଦୀ ପାଖ ଏକ ଗାଡିଆରୁ ପୋଲିସ ଅଖା ଭିତରେ ପଶିଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଥିଲା। ମୃତକ କିଲୁପଡାର ଯୁଧିଷ୍ଠିର ମଳିକ ବୋଲି ତାଙ୍କ ସ୍ତ୍ରୀ ଚିହ୍ନଟ କରିଥିଲେ। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଥିବା ଥାନା ପରିସରରେ ବାଲିଗୁଡା ଏସ୍‌ଡିପିଓ ଏକ ସାମ୍ବାଦିକ ସମ୍ମିଳନୀରେ ମଙ୍ଗଳବାର ସୂଚନା ଦେଇଛନ୍ତି। ଗିରଫମାନେ ହେଲେ କିଲୁପଡାର ନବ କିଶୋର ମଳିକ, ଜାକରା ଦିଗାଳ, ପାଦ୍ରିପଡାର ମଣ୍ଟୁ ଦିଗାଳ ଓ ସୁବାସ ଦିଗାଳ।
ସୂଚନା ଅନୁଯାୟୀ, ଗତ ୨୮ ଫେବୃୟାରୀ ୨୦୨୦ରେ କ.ନୂଆଗଁା ଥାନା କିଲୁପଡାର ସଲାକେତା ଗ୍ରାମରେ ପୋଢଯାତ୍ରା ହେବା ଦିନଠାରୁ ଯୁଧିଷ୍ଠିର ନିଖୋଜ ଥିଲେ। ପୋଖରିରେ ମୃତଦେହ ଭାସୁଥିବା ଖବର ପାଇ ପୋଲିସ ଉଦ୍ଧାର କରିବା ପରେ ନଂ.୪୦/୨୦ରେ ମାମଲା ରୁଜୁ କରିଥିଲା। ତଦନ୍ତବେଳେ ପୋଲିସ ଜାଣିବାକୁ ପାଇଥିଲା ଯେ, ଯୁଧିଷ୍ଠିର ଗୁଣିଗାରେଡି କରୁଥିବା ସନ୍ଦେହ କରି ଗ୍ରାମର କେତେଜଣ ରାଗ ରଖିଥିଲେ। ତଦନ୍ତ କରିବା ପରେ ନବ, ଜାକରା, ମଣ୍ଟୁ ଓ ସୁବାସଙ୍କୁ ଆଣି ପଚରାଉଚରା ପରେ ସେମାନେ ହତ୍ୟା କରିଥିବା ସ୍ବୀକାର କରିଥିଲେ। ଗତ ୨୮ରେ ୪ଜଣ ମିଶି ଯୁଧିଷ୍ଠିରଙ୍କୁ ହତ୍ୟା କରିଥିଲେ। ମୁଣ୍ଡକୁ ଅଲଗା କରି ଗଣ୍ଡିକୁ ଅଖାରେ ଭରି ଅଟୋ ଯୋଗେ ନେଇ ଉକ୍ତ ଗଡିଆରେ ପଥର ବାନ୍ଧି ଫୋପାଡି ଦେଇଥିଲେ। ତଦନ୍ତପରେ ବାଲିଗୁଡା ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଛୁରୀ, ଅଟୋ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri