Posted inଖେଳ

ମୁଣ୍ଡରେ ଆଘାତ: ପନ୍ତ ଦ୍ୱିତୀୟ ଦିନିକିଆରୁ ବାଦ୍‌

ମୁମ୍ବାଇ,୧୬।୧(ପି.ଟି.)- ଶୁକ୍ରବାର ରାଜକୋଟ୍‌ରେ ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆରୁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଦ୍‌ ପଡିଛନ୍ତି। ଓ୍ବାଙ୍ଖଡେରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ସେ ବ୍ୟାଟିଂ କରୁଥିବା ବେଳେ ମୁଣ୍ଡରେ ବଲ୍‌ ବାଜିବା କାରଣରୁ ଆଘାତ ପାଇଥିଲେ। ଫଳରେ ତାଙ୍କୁ ଦ୍ୱିତୀୟ ଦିନିକିଆରୁ ବାଦ୍‌ ଦିଆଯାଇଛି। ୪୪ତମ ଓଭରରେ ପ୍ୟାଟ କୁମିନ୍ସଙ୍କ ବଲ୍‌ ପନ୍ତଙ୍କ ହେଲମେଟ୍‌ରେ ବାଜିଥିଲା ଓ ସେ ଆଉଟ୍‌ ମଧ୍ୟ ହୋଇଥିଲେ। ପରେ ସେ କିପିଂ କରିବାକୁ ପଡିଆକୁ ଆସି ନ ଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା ଓ ତାଙ୍କୁ ଜଣେ ସ୍ପୋଶାଲିଷ୍ଟଙ୍କ ତତ୍ତ୍ୱାବଧାନରେ ନିରୀକ୍ଷଣରେ ରଖାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିଲା ଓ ତାଙ୍କ ସ୍କାନ ରିପୋର୍ଟ ମଧ୍ୟ ସବୁ ଠିକ୍‌ଠାକ୍‌ ଥିଲା।
ଆଘାତ ସେତେଟା ଗମ୍ଭୀର ହୋଇ ନ ଥିଲେ ମଧ୍ୟ ସେ ସମ୍ପୂର୍ଣ୍ଣ ଭାବେ ମୁକ୍ତ ହୋଇପାରି ନାହାନ୍ତି। ବୁଧବାର ରାଜକୋଟ୍‌ରେ ଭାରତୀୟ ଦଳ ପହଞ୍ଚିଛି। ତେବେ ପନ୍ତ ଚିକିତ୍ସା ତଥା ଆଘାତ ସମସ୍ୟାର ଗୁରୁତ୍ୱ ଜାଣିବାକୁ ବାଙ୍ଗାଲୋରସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ଯିବାର କାର୍ଯ୍ୟକ୍ରମ ରହିଛି। ସେ କେତେ ପରିମାଣରେ ସୁସ୍ଥ ହେଉଛନ୍ତି ତାହା ଉପରେ ପନ୍ତଙ୍କ ଅନ୍ତିମ ଦିନିକିଆ ଖେଳିବା ନିର୍ଭର କରେ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି। ତୃତୀୟ ଦିନିକିଆ ବାଙ୍ଗାଲୋରରେ ଆସନ୍ତା ୧୯ ତାରିଖରେ ଖେଳାଯିବ। ଆଗାମୀ ୭୨ ଘଣ୍ଟା ମଧ୍ୟରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାର ପରୀକ୍ଷା କରାଯିବ ଓ ସେ ଅନ୍ତିମ ଦିନିକିଆ ଖେଳିବେ କି ନା ତାହା ଜଣାପଡିବ। ପ୍ରଥମ ଦିନିକିଆରେ ପନ୍ତ ୩୩ ବଲରୁ ୨୮ ରନ ସଂଗ୍ରହ କରିଥିଲେ। ତାଙ୍କ ଅନୁପସ୍ଥିତିରେ ଲୋକେଶ ରାହୁଲ କିପିଂ କରିଥିଲେ। ତେବେ ବଦଳ ଖେଳାଳିଭାବେ ମନୀଷ ପାଣ୍ଡେ ଫିଲ୍ଡିଂ କରିବାକୁ ଆସିଥିଲେ। ପ୍ରଥମ ଦିନିକିଆରେ ୧୦ ଉଇକେଟରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ୧-୦ରେ ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri