ମୁଣ୍ଡ କାଟି ଗଛରେ ଟାଙ୍ଗିଦେଲେ; ୨ ଦିନ ପରେ ମିଳିଲା ମୃତଦେହ

କେନ୍ଦୁଝର,୨୪ା୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଏକ ଗାମୁଛାରେ ଗୁଡାଇ ଗଛରେ ଟାଙ୍ଗିଦେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ନୟାକୋଟ ଥାନା ପୋଲିସ ରବିବାର ଘଟଣାସ୍ଥଳକୁ ଯାଇ ଗଛରେ ଟଙ୍ଗା ଯାଇଥିବା କଟାମୁଣ୍ଡ ଓ ଅଳ୍ପ ଦୂରରେ ପଡ଼ିଥିବା ମୃତଦେହକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ମୃତ ଯୁବକଙ୍କ ନାମ ଭଦ୍ର ପ୍ରଧାନ (୨୪)। ତାଙ୍କ ଘର ସୁକଡୋଳା ଗ୍ରାମରେ। ପାରିପାର୍ଶ୍ୱିକ ସ୍ଥିତି ଦେଖିଲେ ଦୁଇ ଦିନ ତଳେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ରଜ ଉତ୍ସବରେ ଦୋଳି ଗୀତ ଗାଇବାକୁ ଯାଇ ସେ ପ୍ରାୟ ସପ୍ତାହେ ହେବ ନିଖୋଜ ଥିବା ପରିବାରବର୍ଗ କହିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ସୁକଡୋଳା ଗ୍ରାମଠାରୁ ପ୍ରାୟ ୧ କି.ମି. ଦୂର ଜଙ୍ଗଲରେ ଏହି ଯୁବକଙ୍କ ମୃତଦେହ ରବିବାର ସକାଳେ ଗ୍ରାମବାସୀ ଠାବ କରି ଥାନାକୁ ଖବର ଦେଇଥିଲେ। ସଦର ଏସଡିପିଓ ଜେ.ଟପ୍ପୋ ଏବଂ ନୟାକୋଟ ଥାନା ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ତଦନ୍ତ କରିଥିଲେ। ଘଟଣା ସ୍ଥଳରୁ ଏକ ରକ୍ତଭିଜା ଗାମୁଛା ଜବତ କରାଯାଇଥିଲା। ପରେ ପୋଲିସର ଏକ ବିଶେଷଜ୍ଞ ଦଳ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ା ଏଭଳି ଜଘନ୍ୟ ହତ୍ୟାକାଣ୍ଡ ପଛରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଛି। ରଜ ଉତ୍ସବରେ ଭୋଜିକୁ ନେଇ ଘଟିଥିବା ଗଣ୍ଡଗୋଳ ହତ୍ୟାକାଣ୍ଡର କାରଣ ହୋଇଥାଇପାରେ ବୋଲି ଗ୍ରାମବାସୀଙ୍କ ସୂଚନାକୁ ଆଧାର କରି ପୋଲିସ କହିଛି।
ଏସଡିପିଓ ଟପ୍ପୋଙ୍କୁ ପଚାରିବାରୁ କହିଛନ୍ତି, ଏହି ବୀଭତ୍ସ ହତ୍ୟାକାଣ୍ଡର କାରଣ ଜାଣିବା ପାଇଁ ପଚରାଉଚରା ଜାରି ରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ବିଭିନ୍ନ ଦିଗକୁ ତର୍ଜମା କରି ତଦନ୍ତ କରାଯାଉଛି। ଖୁବ ଶୀଘ୍ର ହତ୍ୟାକାରୀମାନେ ଧରାପଡିବେ ବୋଲି ସେ କହିଛନ୍ତି। ପୋଲିସ ଏନେଇ ଥାନାରେ ଏକ ହତ୍ୟା ମାମଲା (ନଂ.୧୬/୨୦୧୯) ରୁଜୁ କରିଛି। ଏହି ବୀଭତ୍ସ ହତ୍ୟା ଘଟଣା ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ଗାଁରେ ଭୟ ଓ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri