Posted inଜାତୀୟ

ମୁଣ୍ଡ ନେଉଛି ମସ୍ତିଷ୍କ ଜ୍ୱର

ପାଟନା,୧୬ା୬(ପି.ଟି./ଆଇଏଏନ୍‌ଏସ୍‌): ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମ୍‌ (ଏଇଏସ୍‌) ଏବଂ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ (ଜେଇ) ରୋଗରେ ଆକ୍ରାନ୍ତ ହୋଇ ମୁଜାଫରପୁର ଜିଲାର ଦୁଇଟି ସରକାରୀ ହସ୍ପିଟାଲରେ ଶନିବାର ୧୨ ଚିକିତ୍ସାଧୀନ ଶିଶୁଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ଶିଶୁଙ୍କ ମୃତ୍ୟୁସଂଖ୍ୟା ୮୦ରେ ପହଞ୍ଚତ୍ଛି। ସ୍ଥିତି ଉଦ୍‌ବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ ଯିବେ।
ବିହାର ରାଜଧାନୀ ପାଟନାରୁ ୭୫ କି.ମି. ଦୂର ମୁଜାଫରପୁରସ୍ଥିତ ଶ୍ରୀକ୍ରିଷ୍ଣା ମେଡିକାଲ କଲେଜ୍‌ ଆଣ୍ଡ ହସ୍ପିଟାଲ (ଏସ୍‌କେଏମ୍‌ସିଏଚ୍‌)ରେ ଅନୂନ ୫୮ ଏବଂ କେଜ୍‌ରିଓ୍ବାଲ ହସ୍ପିଟାଲରେ ୧୧ ଶିଶୁ ମସ୍ତିଷ୍କ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ସିଭିଲ ସର୍ଜନ ଡାକ୍ତର ଶୈଳେଶ ପ୍ରସାଦ ସିଂ ଶନିବାର ସୂଚନା ଦେଇଛନ୍ତି। ଜୁନ୍‌ ୧ରୁ ୧୭୮ ଶିଶୁ ଏସ୍‌କେଏମ୍‌ସିଏଚ୍‌ରେ ଏବଂ ୭୨ ଶିଶୁ କେଜ୍‌ରିଓ୍ବାଲ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମସ୍ତିଷ୍କଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ସରକାରୀ ସ୍ତରରେ ମୃତ୍ୟୁସଂଖ୍ୟା ୬୯ ବୋଲି ଘୋଷଣା କରାଯାଇଥିଲେ ହେଁ ପ୍ରକୃତରେ ୮୦ ଶିଶୁଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଆଉ କେତେଜଣ ଶିଶୁ ଗାଁରେ ପ୍ରାଣ ହରାଇବା ପରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛି।
ଶିଶୁଙ୍କ ମୃତ୍ୟୁର ମୁଖ୍ୟ କାରଣ ହେଉଛି ରକ୍ତରେ ଶର୍କରାର ମାତ୍ରା ଅତ୍ୟନ୍ତ ହ୍ରାସ ପାଇବା, ଯାହାକୁ ହାଇପୋଗ୍ଲାଇସିମିଆ ବୋଲି କୁହାଯାଉଛି। ସ୍ବାସ୍ଥ୍ୟସେବାରେ ଉନ୍ନତି ଅଣାଯାଇ ଉପଯୁକ୍ତ ଚିକିତ୍ସା ପ୍ରଦାନ କରାଯାଇଥିଲେ ଅନେକ ଶିଶୁ ମୃତ୍ୟୁମୁଖରୁ ବର୍ତ୍ତିଯାଇଥାନ୍ତେ ବୋଲି ମୃତକଙ୍କ ପରିବାର ଲୋକେ କହିଛନ୍ତି। ତେବେ ସ୍ଥିତି ଏତେ ସଙ୍ଗିନ ହେବା ପରେ ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ଏବଂ ବିଭାଗୀୟ ପ୍ରଧାନ ସଚିବ ସଞ୍ଜୟ କୁମାର ହସ୍ପିଟାଲ ପରିଦର୍ଶନ କରି ସତ ସ୍ବୀକାର କରିଛନ୍ତି। ସେହିପରି କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଶନିବାର ଶ୍ରୀକ୍ରିଷ୍ଣା ହସ୍ପିଟାଲ ପରିଦର୍ଶନ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ। ଏହାସହ ସେ ଏକ ରାଜ୍ୟସ୍ତରୀୟ ବୈଠକକୁ ସମ୍ବୋଧିତ କରିବେ। କେନ୍ଦ୍ର ସରକାର ସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେଉଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri