Posted inଜାତୀୟ

ମୁମ୍ବାଇରେ ଭୁଶୁଡ଼ିଲା ୪ମହଲା କୋଠା

ମୁମ୍ବାଇ,୨୪।୮: ମହାରାଷ୍ଟ୍ର ରାଜ୍ୟ ଭିଓ୍ବାଣ୍ଡିର ଶାନ୍ତିନଗରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୪ ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ିପଡ଼ିଛି। ଏହି ଦୁଃଖଦ ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଉ କିଛି ଲୋକ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ଏବେ ବି ପୋଲିସ ଓ ଏନ୍‌ଡିଆରଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଭିୱାଣ୍ଡିଠାରେ ଥିବା କୋଠାଘର ପୂର୍ବରୁ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ବେଳେ ଏହା ଭୁଶୁଡ଼ିପଡ଼ିବା ଆଶଙ୍କାରେ ସେଠାରେ ଲୋକମାନଙ୍କୁ ଖାଲି କରାଯାଇଥିଲା। ହେଲେ ଘଟଣା ଘଟିବା ଦିନ ସେଠାରୁ ଲୋକଙ୍କୁ ଖାଲି କରାଯାଉଥିବା ସମୟରେ କିଛି ଲୋକ ବିନାନୁମତିରେ ନିଜ ଜିନିଷ ଆଣିବା ପାଇଁ ଘର ଭିତରକୁ ଚାଲି ଯାଇଥିଲେ। ଏହାପରେ କୋଠାଟି ଭୁଶୁଡି ପଡ଼ିଥିଲା ବୋଲି ଭିୱାଣ୍ଡି-ନିଜାମପୁର ନଗରପାଳିକା କମିଶନର ଅଶୋକ ରଣଖମ୍ବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri