Posted inଖେଳ

ମୁମ୍ବାଇ ଆକ୍ରମଣକୁ ମନେପକାଇଲେ କ୍ରିକେଟର୍‌

ମୁମ୍ବାଇ,୨୬।୧୧: ୨୬/୧୧ ମୁମ୍ବାଇ ଆକ୍ରମଣକୁ ଆଜି ୧୧ ବର୍ଷ ପୂରଣ ହୋଇଛି।ଏହି ଆକ୍ରମଣରେ ମୃତାହତ ହୋଇଥିବା ସମସ୍ତ ନିରୀହ ଲୋକଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି କ୍ରିକେଟ ଖେଳାଳି। ଅଧିନାୟକ ବିରାଟ କୋହଲି ମୁମ୍ବାଇ ବିସ୍ଫୋରଣ କଥା ମନେପକାଇଛନ୍ତି। ସେ କହିଛନ୍ତି, ଘଟଣା ଘଟଯାଇଛି ସତ, କିନ୍ତୁ କେବେ ଭୁଲି ହେବନି। ସେପରି କୁଳଦୀପ ଯାଦବ, ଚେତେଶ୍ୱର ପୂଜାର, ଯୋଗେଶ୍ୱର ଦତ୍ତଙ୍କ ଭଳି ପ୍ରମୁଖ ଖେଲାଳିମାନେ ଏହି ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ୨୦୦୮ ମସିହା ନଭେମ୍ବର ୨୬ରେ ଦିନରେ ପାକିସ୍ତାନର ୧୦ ଜଣ ଆତଙ୍କବାଦୀ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପ୍ରବେଶ କରି ନରସଂହାର କରିଥିଲେ। ଏହି ଭୟଙ୍କର ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ନଭେମ୍ବର ୨୬ରେ ଆରମ୍ଭ ହୋଇଥିବା ଏହି ଆକ୍ରମଣ ନଭେମ୍ବର ୨୯ରେ ଶେଷ ହୋଇଥିଲା। ଏନଏସଜି କମାଣ୍ଡୋ ତାଜ ହୋଟେଲରେ ଲୁଚି ଥିବା ଶେଷ ଆତଙ୍କବାଦୀକୁ ହତ୍ୟା କରି ଏହି ନରସଂହାର ଉପରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ। ମୁମ୍ବାଇରେ ପଶିଥିବା ୧୦ ଜଣ ଆତଙ୍କବାଦୀଙ୍କ ମଧ୍ୟରୁ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜମଲ ଆମିର କସବ ଜୀବନ୍ତ ଧରା ପଡିଥିଲେ। ତାଙ୍କୁ ୨୦୧୨ରେ ଫାଶୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri