Posted inଜାତୀୟ

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ସହାୟତା

ମୁମ୍ବାଇ, ୧୭।୭: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡି ୧୪ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତ୍ୟୁବରଣ କରିତତ୍ବା ବ୍ୟକ୍ତିଙ୍କ ପରିବରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡନବିଶ। ସେହିପରି ଆହତଙ୍କ ଚିକିତ୍ସା ମାଗଣା କରାଯିବା ସହ ୫୦ ହଜାର ଟଙ୍କା ଲେଖାଏ ଦିଆଯିବା। ଏବେ ବି ଧ୍ୱଂସାବଶେଷ ତଳେ ୪୦ରୁ ଅଧିକ ଲୋକ ଫଶିି ରହିଥିବା ଆଶଙ୍କା କରାଯାଇଛି। ଦୁର୍ଘଟଣାସ୍ଥଳଟି ଏକ ଛୋଟିଆ ଗଳିରେ ଥିବାରୁ ଉଦ୍ଧାରକାର୍ଯ୍ୟ ବିଳମ୍ବିତ ହେଉଥିବା ଜଣାପଡିଛି। ସେହିପରି ଧ୍ୱଂସାବଶେଷ ତଳୁ ଉଦ୍ଧାରକାରୀ ଦଳ ୭ରୁ ୮ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିଛନ୍ତି। ଆହତଙ୍କୁ ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୩ଟି ଏନ୍ଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି। ସେମାନଙ୍କୁ ସ୍ଥାନୀୟ ପୋଲିସ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେଇଛନ୍ତି। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି। ଡୋଙ୍ଗ୍ରୀର ତାନ୍ଦେଲ ରାସ୍ତାରେ ଥିବା କେସରବାଈ କୋଠାଟି ୧୦୦ ବର୍ଷ ତଳର। ଏହି ବିଲଡିଂରେ ୧୫ଟି ପରିବାରର ସଦସ୍ୟମାନେ ରହୁଥିଲେ। ଏବେ ସମସ୍ତ ସଦସ୍ୟ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ,୨୦୧୭ରୁ ବିଏମସି ସର୍ଭେ କରି ଏହି ଡୋଙ୍ଗ୍ରୀ ସ୍ଥିତ ବିଲଡିଂକୁ ଭାଙ୍ଗିବା ପାଇଁ କହିଥିଲା। ଏ ସଂକ୍ରାନ୍ତ ଏକ ନୋଟିସ ୨୦୧୭ ଅଗଷ୍ଟ ୭ ତାରିଖରେ ଏମଏଚଏଡିଏକୁ ଦେଇଥିଲା। ତେବେ ଏହାକୁ ଏମଏଚଏଡିଏ ହେୟ ଜ୍ଞାନ କରିଥିବା ବୋଲି ବିଏମସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri