Posted inଖେଳ

ମୁରଲୀଧରନଙ୍କ ସମକକ୍ଷ ହେଲେ ଅଶ୍ୱିନ

ଇନ୍ଦୋର, ୧୪।୧୧- ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଘରୋଇ ମାଟିରେ ଦ୍ରୁତତ୍ତମ ୨୫୦ ଟେଷ୍ଟ ଉଇକେଟ୍‌ ହାସଲ କରିବାରେ ଶ୍ରୀଲଙ୍କାର କିମ୍ବଦନ୍ତୀ ବୋଲର ମୁଥିଆ ମୁରଲୀଧରନଙ୍କ ସହ ସମକକ୍ଷ ହୋଇଛନ୍ତି। ଘରୋଇ ମାଟିରେ ୨୫୦ ଉଇକେଟ୍‌ ଅକ୍ତିଆର କରିବା ପାଇଁ ମୁରଲୀଧରନ ୪୨ ଟେଷ୍ଟର ସହାୟତା ନେଇଥିଲେ। ଅଶ୍ୱିନ ମଧ୍ୟ ସମାନ ସଂଖ୍ୟକ ମ୍ୟାଚ୍‌ ଖେଳି ଏହି ମାଇଲଖୁଣ୍ଟ ସ୍ପର୍ଶ କରି ମୁରଲୀଧରନଙ୍କ ଯୁଗ୍ମଭାବେ ଏହି ତାଲିକାରେ ଶୀର୍ଷରେ ରହିଛନ୍ତି। ସ୍ଥାନୀୟ ହୋଲ୍‌କାର କ୍ରିକେଟ୍‌ ଷ୍ଟାଡିୟମରେ ଗୁରୁବାରଠାରୁ ଘରୋଇ ଭାରତ ଓ ବାଂଲାଦେଶ ମଧ୍ୟରେ ଆରମ୍ଭ ହୋଇଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଅବସରରେ ଅଶ୍ୱିନ ଏହି କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବାଂଲାଦେଶ ଇନିଂସର ୩୭ତମ ଓଭରର ପ୍ରଥମ ବଲରେ ଅଧିନାୟକ ମୋମିନୁଲ ହକ୍‌ଙ୍କୁ କ୍ଲିନ ବୋଲ୍ଡ କରି ଅଶ୍ୱିନ ଭାରତରେ ୨୫୦ତମ ଟେଷ୍ଟ ଉଇକେଟ୍‌ ଅକ୍ତିଆର କରିଥିଲେ। ଘରୋଇ ମାଟିରେ ଏହି ମାଇଲଖୁଣ୍ଟ ସ୍ପର୍ଶ କରିବାରେ ଅଶ୍ୱିନ ୩ୟ ଭାରତୀୟ ବୋଲର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ପୂର୍ବରୁ ଅନୀଲ କୁମ୍ବଲେ ଓ ହରଭଜନ ସିଂ ୨୫୦ ଉଇକେଟ୍‌ କ୍ଲବରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri