ମୁଶରଫ୍‌ଙ୍କ ବିରୋଧରେ ଦେଶଦ୍ରୋହ ମାମଲା: ରାୟ ସଂରକ୍ଷିତ; ଦୋଷୀ ସାବ୍ୟସ୍ତ ହେଲେ ହୋଇପାରେ ଫାଶି ଦଣ୍ଡ

ଇସଲାମାବାଦ୍‌,୧୯।୧୧: ଦେଶଦ୍ରୋହ ମାମଲାରେ ପାକିସ୍ତାନର ପୂର୍ବତନ ସାମରିକ ଶାସକ ଜେନେରାଲ ପରଭେଜ୍‌ ମୁଶରଫ୍‌ଙ୍କ ବିରୋଧରେ ହୋଇଥିବା ମାମଲାର ରାୟ କୋର୍ଟ ମଙ୍ଗଳବାର ସଂରକ୍ଷିତ ରଖିଛନ୍ତି। ଏଥିରେ ଦୋଷୀ ସାବ୍ୟସ୍ତ ହେଲେ ମୁଶରଫ୍‌ଙ୍କୁ ଫାଶି ଦଣ୍ଡାଦେଶ କରାଯିବାର ଆଶଙ୍କା ଥିବା କୁହାଯାଉଛି। କୋର୍ଟ ରାୟ ନଭେମ୍ବର ୨୮ରେ ପ୍ରକାଶ କରିବେ। ନଭେମ୍ବର ୨୬ ସୁଦ୍ଧା ଆବଶ୍ୟକୀୟ କାଗଜପତ୍ର କୋର୍ଟରେ ଦାଖଲ ପାଇଁ ମୁଶରଫଙ୍କ ଆଇନଜୀବୀଙ୍କୁ କୁହାଯାଇଛି। ୭୩ ବର୍ଷ ବୟସ୍କ ମୁଶରଫ୍‌ଙ୍କ ବିରୋଧରେ ୨୦୧୩ରେ ଅଭିଯୋଗ ଅଣାଯାଇଥିଲା। ୨୦୦୭ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥିବାରୁ ତାଙ୍କ ବିରୋଧରେ ଏହି ଅଭିଯୋଗ ଅଣାଯାଇଥିଲା। ତେବେ ୨୦୧୬ଠାରୁ ମୁଶରଫ ସ୍ବାସ୍ଥ୍ୟଗତ କାରଣରୁ ବିଦେଶରେ ରହିଛନ୍ତି। ୧୯୯୯ରେ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରୀଫ୍‌ ସରକାରଙ୍କୁ କ୍ଷମତା ଚ୍ୟୁତ କରି ମୁଶରଫ୍‌ ୨୦୦୮ ପର୍ଯ୍ୟନ୍ତ କ୍ଷମତା ଦଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri