Posted inଜାତୀୟ

ମୁସଲମାନ୍‌ ଯୁବକଙ୍କୁ ବିବାହ କଲେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ: ସୁରକ୍ଷା ପାଇଁ କୋର୍ଟରେ ଆବେଦନ

ଚଣ୍ଡିଗଡ଼,୧୩।୬: ହରିୟାଣା ଯମୁନାନଗରରେ ଜଣେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ ପଡ଼ୋଶୀ ମୁସଲମାନ୍‌ ଯୁବକଙ୍କୁ ବିବାହ କରିଛନ୍ତି। ଏନେଇ ପିତାଙ୍କ ପକ୍ଷରୁ ତାଙ୍କ ଝିଅକୁ ଅପହରଣ କରାଯାଇଥିବା ମାମଲା ଦାଏର କରାଯାଇଛି। ତେବେ ଇତିମଧ୍ୟରେ ସ୍ଥାନୀୟ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଯୁବତୀଙ୍କ ସୁରକ୍ଷା ଲାଗି ଆବେଦନ ଦାଖଲ କରାଯାଇଛି। ଏହାର ଶୁଣାଣି ଜୁନ୍‌ ୧୭ରେ ହେବ। ଝିଅ ସାବାଳିକା ଥିବାରୁ ଏଥିରେ ସ୍ଥାନୀୟ ପୋଲିସ ହସ୍ତକ୍ଷେପ କରିବାକୁ ପଛଘୁଞ୍ଚା ଦେଇଥିଲେ। ପରେ ପିତା ଦିଲ୍ଲୀ ଫୋନ୍‌ କରି ଆର୍‌ଏସ୍‌ଏସ୍‌ ପଦାଧିକାରୀଙ୍କ ସହାୟତା ଲୋଡିଥିଲେ। ଅମ୍ବାଲା ଏଡିଜିପି ଆଲୋକ ରାୟ ଏବଂ ଯମୁନାନଗର ଅତିରିକ୍ତ ଏସ୍‌ପି ଆସ୍ଥା ମୋଦିଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଝିଅକୁ ଖୋଜିଥିଲେ ମଧ୍ୟ କୌଣସି ଖୋଜ୍‌ ଖବର ମିଳି ନ ଥିଲା। ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ ନିଜ ନାମ ହୁମାୟରାକୁ ପରିବର୍ତ୍ତନ କରି ସମ୍ପୃକ୍ତ ଯୁବକଙ୍କୁ ବିବାହ କରିଥିବା ପିତା ଅଭିଯୋଗ କରିଛନ୍ତି। ଏନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri