ମୁହଁରେ ରିଙ୍କିଲ୍ସ୍‌ ହୋଇଯାଇଛି କି? ଆପଣାନ୍ତୁ ଏହି ଉପାୟ

ସାଧାରଣତଃ କେତେକ ଲୋକଙ୍କ କ୍ଷେତ୍ରରେ କମ୍‌ ବୟସରେ ମଧ୍ୟ ମୁହଁରେ ରିଙ୍କିଲ୍ସ ଆସିଯାଇଥାଏ। ଯେପରିକି ଚର୍ମ କୁଞ୍ଚନ, ଚର୍ମ ଢିଲା ହେବା, ଚମକ ହ୍ରାସ ପାଇବା ଇତ୍ୟାଦି। ବିଶେଷ କରି ମହିଳାମାନେ ଏହାକୁ ନେଇ ବହୁ ଚିନ୍ତିତ ମଧ୍ୟ ହୋଇଥାନ୍ତି। ୩୦ ବର୍ଷ ବୟସ ପରେ ଚର୍ମ ପ୍ରତି ଖାସ ଧ୍ୟାନ ଦେବାକୁ ପଡ଼ିଥାଏ। ସାଧାରଣତଃ ରିଙ୍କିଲ୍ସ ୨ ପ୍ରକାରର। ପ୍ରଥମ ବୟସ ବୃଦ୍ଧି ହେବା ଓ ଦ୍ୱିତୀୟଟି ଆଖପାଖର ବାତାବରଣ। ଯେପରିକି ଖରା, ପ୍ରଦୂଷଣ, ଲାଇଫଷ୍ଟାଇଲ ଇତ୍ୟାଦି। ଯଦି ଆପଣ ଏହି ରିଙ୍କିଲ୍ସରୁ ବର୍ତ୍ତିବାକୁ ଚାହୁଁଛନ୍ତି ତେବେ କିଛି ଘରୋଇ ଉପାୟ ଆପଣାନ୍ତୁ।
*ଗୋଲାପ ଜଳ: ୨ଚାମଚ ଗୋଲାପ ଜଳ,ଅଧା ଚାମଚ ଲେମ୍ବୁ ରସ ଓ ଗ୍ଲିସେରିନର କିଛି ବୁନ୍ଦା ପକାଇ ଏହାର ମିଶ୍ରଣ କରନ୍ତୁ। ଏହାକୁ ତୁଳାରେ ନେଇ ନିଜ ମୁହଁରେ ଲଗାନ୍ତୁ। ପ୍ରତିଦିନ ଶୋଇବା ଆଗରୁ ନିଜ ମୁହଁରେ ଏହି ମିଶ୍ରଣକୁ ଲଗାଇ ଛାଡ଼ି ଦିଅନ୍ତୁ। ସକାଳୁ ଉଠି ପାଣିରେ ମୁହଁକୁ ଧୋଇ ଦିଅନ୍ତୁ। କିଛି ଦିନ କରିବା ପରେ ଏହାର ପରିଣାମ ଆପଣ ନିଜ ମୁହଁରେ ଦେଖିପାରିବେ।
* ଅଣ୍ଡା: ଗୋଟିଏ ଅଣ୍ଡାରୁ କେଶର କାଢ଼ି ତାକୁ ଚର୍ମରେ ଲଗାଇ କିଛି ସମୟ ରଖନ୍ତୁ। ଏହାପରେ ଏହାକୁ ନଖ ଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ଚର୍ମ ଟାଇଟ ହେବା ସହ ଭାଙ୍ଗ ମଧ୍ୟ ଲିଭିଯିବ।
*ମୁଲତାନୀ ମାଟି: ମହୁ ଓ ଗ୍ଲିସେରିନ ସହ ମୁଲତାନୀ ମାଟିକୁ ମିଶାଇ ମୁହଁରେ ଲଗାନ୍ତୁ। କିଛି ସମୟ ପରେ ଥଣ୍ଡା ପାଣିରେ ମୁହଁକୁ ଧୋଇଦିଅନ୍ତୁ। ଏହାଦ୍ବାରା ତ୍ୱଚା ସୁସ୍ଥ ରହିବା ସହ ଉଜ୍ବଳତା ମଧ୍ୟ ବଜାୟ ରହିବ।
*କ୍ଷୀର: ଗୋଟିଏ ପାତ୍ରରେ କିଛି କ୍ଷୀର ଆଣି ଏଥିରେ ମୁଲତାନୀ ମାଟି ମିଶାଇ ମୁହଁରେ ଲଗାନ୍ତୁ। ଏହା ପ୍ରାକୃତିକ ପ୍ରଣାଳୀରେ ଚର୍ମକୁ ଟାଇଟ କରିଥାଏ।
*ବସା ଦହି: ବସା ଦହିକୁ ମଧ୍ୟ ଲୋଚାକୋଚା ହୋଇ ଯାଇଥିବା ଚର୍ମରେ ବ୍ୟବହାର କରିପାରିବେ। ବସା ଦହି ଚର୍ମକୁ ପୁନଃ ସୁଗଠିତ ଓ ସୁନ୍ଦର କରିବା ସହ ଚର୍ମକୁ କୋମଳ ଓ ଚମକପ୍ରଦ କରିଥାଏ।
*ମହୁ: ଏକ ଚାମଚ ମହୁ ସହ ଗ୍ଲିସେରିନ ମିଶାଇ ମୁହଁ ଓ ବେକରେ ଲଗାନ୍ତୁ। ୨-୩ ମିନିଟ ମାଲିସ କରି ଶୁଖିବା ଯାଏଁ ଏହାକୁ ଛାଡ଼ି ଦିଅନ୍ତୁ। ଏହାପରେ ଥଣ୍ଡା ପାଣିରେ ମୁହଁକୁ ସଫା କରି ଶୁଖିଲା କପଡ଼ାରେ ପୋଛି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri