ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ଉପରେ ଗୁରୁତ୍ୱାରୋପ

ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପୁରାତନ କ୍ୟାମ୍ପସ୍‌ ସମ୍ମିଳନୀ କକ୍ଷରେ ଦୂର ଓ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ୨୦୧୯-୨୦ ବର୍ଷର ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ରବିବାର ନିର୍ଦ୍ଦେଶକ ପ୍ରଫେସର ସୁନେଶ ଚନ୍ଦ୍ର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ସମାରୋହ ଅନୁଷ୍ଠିତ ହୋଇଥିଲା। ସାହିତି୍ୟକ ତଥା ଭେଷଜ ବିଶେଷଜ୍ଞ ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦ ମୁଖ୍ୟବକ୍ତା ଭାବେ ଯୋଗଦେଇ ମୂଲ୍ୟବୋଧଭିତ୍ତିକ ଶିକ୍ଷା ଉପରେ ଗୁରୁତ୍ୱାରୋପ କରି ସ୍ବାଧୀନତା, ଆନନ୍ଦ ଓ ଜିଜ୍ଞାସା ବିଦ୍ୟାର୍ଥୀ ଜୀବନର ମୁଖ୍ୟ ଆବଶ୍ୟକତା ବୋଲି ବକ୍ତବ୍ୟ ରଖିଥିଲେ। ଭାରପ୍ରାପ୍ତ କୁଳପତି ପ୍ରଫେସର ସଚ୍ଚିଦାନନ୍ଦ ଦେହୁରୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଦୂର ଓ ନିରନ୍ତର ଶିକ୍ଷା ସମ୍ପର୍କରେ ଆଲୋକପାତ କରିଥିଲେ। ଅମିତ କୁମାର ବେହେରା ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ଶିକ୍ଷାର କୌଣସି ସମୟସୀମା ନାହଁି ଏବଂ ଛାତ୍ରୀଛାତ୍ରମାନେ ନିଜ ଉଦ୍ୟମରେ ଶିକ୍ଷାଗ୍ରହଣର ମାନସିକତା ରଖିବା ଉଚିତ୍‌ ବୋଲି କହିଥିଲେ।
ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ ପରେ ବିଶ୍ୱବିଦ୍ୟାଳୟର ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହାପରେ ସହନିର୍ଦ୍ଦେଶକ ଡ. ଦେବଦତ୍ତ ଦାସ ପାୱାର ପଏଣ୍ଟ ଉପସ୍ଥାପନା ମାଧ୍ୟମରେ ଦୂର ଓ ନିରନ୍ତର ଶିକ୍ଷା ସମ୍ପର୍କରେ ସମ୍ୟକ୍‌ ସୂଚନା ଦେଇ ଏହାକୁ ଏକ ପରିବାର ସହିତ ତୁଳନା କରିଥିଲେ। ପାଠ ସଂଯୋଜକ ଅଧ୍ୟାପକ ଡ. ମନୋଜ କୁମାର ଆଚାର୍ଯ୍ୟଙ୍କ ବକ୍ତବ୍ୟ ପରେ ନବାଗତ ଛାତ୍ରୀଛାତ୍ରମାନେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଦୂର ଓ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ଏକ ନିଯୁକ୍ତି କର୍ମଶାଳା ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ପ୍ରତିଷ୍ଠିତ ସଂସ୍ଥା ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ନିଯୁକ୍ତିକ୍ଷମ କରିବା ପାଇଁ ସୁଯୋଗ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?