ମୃତକଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ

ଖଇରା, ୩୦।୭(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ଆମ୍ବହତା କେନାଲରେ ବୁଡି ପ୍ରାଣ ହରାଇଥିବା ରଟିଣା ନୋଡାଲ ନୋଡାଲ ହାଇସ୍କୁର ଦୁଇ ଛାତ୍ରଙ୍କୁ ପରିବାରକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଭେଟିବା ସହ ସେମାନଙ୍କୁ ସମବେଦନା ଜଣାଇଛନ୍ତି ା ସପ୍ତମ ଶ୍ରେଣୀର ମୃତ ଛାତ୍ର ଧନଞ୍ଜୟ ଜେନାଙ୍କ ପିତା ଲକ୍ଷ୍ମୀକାନ୍ତ, ରାଜେଶ ସାହୁଙ୍କ ପିତା କମଳାକାନ୍ତଙ୍କୁ ରବିବାର ଅପରାହ୍ନରେ ଭେଟି ଆଶ୍ୱାସନା ଦେବା ସହ ଆର୍ଥତ୍କ ସହାୟତା ପ୍ରଦାନ କରିଥିଲେ ା ସେହିଭଳି ଶୁକ୍ରବାର ସ୍କୁଲରେ ଉପସ୍ଥିତ ଥିବା ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ତରଫରୁ ପ୍ରତ୍ୟେକ ମୃତଙ୍କ ପରିବାରକୁ ୨ଲକ୍ଷ ଲେଖାଏଁ ଅର୍ଥ ପ୍ରଦାନ ପାଇଁ ନିଷ୍ପତ୍ତି ନିଆଯାଇଛି ା ରବିବାର ସନ୍ଧ୍ୟାରେ କୁପାରୀଠାରେ ରଟିଣା ଗ୍ରାମବାସୀ ଓ ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ମଧ୍ୟରେ ବୈଠକ ବସି ଆଲୋଚନା ପରେ ଏହି ନିଷ୍ପତ୍ତ ନିଆଯାଇଥିଲା ା ବ୍ଲକ ଶିକ୍ଷାଧିକାରୀ ଧରଣୀଧର ମହାପାତ୍ରଙ୍କ ତରଫରୁ ସେଦିନର ଘଟଣା ସମ୍ପର୍କରେ ଏକ ରିପୋର୍ଟ ଜିଲା ଶିକ୍ଷାଧିକାରୀଙ୍କ ନିକଟକୁ ପଠାଯାଇଛି। ଏଥିସହିତ ଶିକ୍ଷକମାନଙ୍କୁ ବଦଳି କରାଯିବା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ସେପଟେ ପ୍ରଧାନଶିକ୍ଷକ ରମାକାନ୍ତ ଶତପଥୀ ଅସୁସ୍ଥ ହେବା ପରେ ତାଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

୧୯ରେ ସିଜିଏଲ୍‌ ପରୀକ୍ଷା: ଡାଉନ୍‌ଲୋଡ୍‌ ହେଉନି ଆଡ୍‌ମିଟ କାର୍ଡ, ଆଶାୟୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଭୁବନେଶ୍ୱର,୧୪।୪(ସୁଚିସ୍ମିତା ସାହୁ): ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ପରିଚାଳିତ କମ୍ବାଇନ୍‌ଡ ଗ୍ରାଜୁଏଟ୍‌ ଲେଭଲ (ସିଜିଏଲ) ପରୀକ୍ଷା ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ…

ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍‌ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri