ମୃତଦେହ ଧରି ଆସୁଥିବା ଆମ୍ବୁଲାନ୍ସ ଓଲଟିଲା : ୩ ଗୁରୁତର

ଭଦ୍ରକ ଅଫିସ,୧୨।୮: ସୋମବାର ଭୋର୍‌ ସମୟରେ କଟକରୁ ମୃତଦେହ ଧରି ଧାମନଗର ଅଞ୍ଚଳକୁ ଆସୁଥିବା ଏକ ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ନିକଟରେ ଜାତୀୟ ରାଜପଥରୁ ଏକ ଖାଲକୁ ଓଲଟି ପଡ଼ିଛି। ଫଳରେ ଆମ୍ବୁଲାନ୍ସରେ ଥିବା ମୃତକଙ୍କ ୩ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସେହି ରାସ୍ତା ଦେଇ ଫେରୁଥିବା ଭଦ୍ରକ ଅଞ୍ଚଳର ସମାଜସେବୀ ରାଜଲକ୍ଷ୍ମୀ ମହାପାତ୍ର ୧୦୮ ଆମ୍ବୁଲାନ୍ସ ଡାକି ୩ ଜଣଙ୍କୁ ଭଦ୍ରକ ଜିଲା ମେଡିକାଲରେ ଭର୍ତ୍ତି କରାଇଛନ୍ତି। ବର୍ତ୍ତମାନ ସୁଦ୍ଧା ମୃତଦେହ ସହ ଆମ୍ବୁଲାନ୍ସ ରାସ୍ତାପାର୍ଶ୍ୱ ଖାଲରେ ପଡ଼ିରହିଛି। ସୂଚନାଥାଉ କି, ଧାମନଗର ବ୍ଲକ ଗୋବିନ୍ଦପୁର ଗାଁର ପରମେଶ୍ୱର ମିଶ୍ରଙ୍କର ହୃଦ୍‌ଘାତରେ କଟକ ଏସିବିରେ ମୃତ୍ୟୁ ଘଟିଥିଲା। ତାଙ୍କ ମୃତଦେହକୁ ଆଣୁଥିବାବେଳେ ଏହିଭଳି ଘଟଣା ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri