ମୃତ୍ୟୁର ଦିନକ ପରେ ରିପୋର୍ଟ ଆସିଲା ପଜିଟିଭ୍‌

ପୋଲସରା,୧୮ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ମୃତ୍ୟୁର ଦିନକ ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ଆସିଛି। ମୃତକଙ୍କ ପରିବାର ସମେତ ମୃତଦେହ ସଂସ୍କାର କରିଥିବା ଲୋକେ ସଂକ୍ରମିତ ହୋଇଛନ୍ତି କି ନାହିଁ ସେ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗୁରୁବାର ତଥ୍ୟ ସଂଗ୍ରହ କରାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ଅଞ୍ଚଳବାସୀ ଭୟଭୀତ ହୋଇଛନ୍ତି।
ପ୍ରକାଶ ଯେ, ୬୦ ବର୍ଷୀୟ ଏହି ବ୍ୟକ୍ତିଙ୍କ ୨ ପୁଅ କିଛିଦିନ ତଳେ ବାହାର ରାଜ୍ୟରୁ ଆସି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ସେଠାରେ ଅବଧି ସାରି ଘରେ ୭ ଦିନ ସଙ୍ଗରୋଧରେ ଥିଲେ। ୨ ପୁଅଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବା ବେଳେ ଗତ ସୋମବାର ବାପା ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ଲାଗି ବ୍ରହ୍ମପୁର ପଠାଯାଇଥିଲା। ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ମଙ୍ଗଳବାର ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିଲା। ରିପୋର୍ଟ ଆସି ନ ଥିଲେ ମଧ୍ୟ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମୃତକଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ବୁଧବାର ସୂଚନା ଦିଆଯାଇଥିଲା। ଗୁରୁବାର ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ବିଡିଓ ଶମ୍ଭୁନାଥ ନନ୍ଦି ଓ ଅନ୍ୟ ଅଧିକାରୀମାନେ ଗ୍ରାମକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri