ମୃତ ଡାକ୍ତରଙ୍କ ଶରୀରଦାନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ୍‌,୨୧୧୦-ବ୍ରହ୍ମପୁର ଭାବାନଗର ବାସିନ୍ଦା ଡା. ଗୌର ଚନ୍ଦ୍ର ଚୌଧୁରୀ (୭୮)ଙ୍କର ରବିବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା ମୁତାବକ ଶରୀର ଏବଂ ଚକ୍ଷୁକୁ ବ୍ରହ୍ମପୁର ବଡମେଡିକାଲକୁ ଦାନ କରାଯାଇଛି । ପୂର୍ବରୁ ସେ ଏନେଇ ଇଚ୍ଛା ପ୍ରକାଶ କରିଥିଲେ । ମୃତ୍ୟୁ ପରେ ପରିବାର ବର୍ଗ ତାଙ୍କର ଶେଷ ଇଚ୍ଛା ପୂରଣ କରିଛନ୍ତି । ଏମ୍‌କେସିଜି ଆନାଟୋମୀ ବିଭାଗକୁ ଡା. ଚୌଧୁରୀର ମରଶୀରର ହସ୍ତାନ୍ତର କରାଯାଇଥିଲା । ଏହା ଡାକ୍ତରୀ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଗବେଷଣ କାର୍ଯ୍ୟରେ ବ୍ୟବହାର କରାଯିବ । ପେସାରେ ନିଜେ ଜଣେ ଡାକ୍ତର ହୋଇଥିବାରୁ ସେ ନିଜ ଶରୀର ଦାନ ପାଇଁ ଦୀର୍ଘ ବର୍ଷ ହେଲା ଇଚ୍ଛା ପ୍ରକାଶ କରିଥିଲେ । ଶୀରର ଦାନ ସମୟରେ ପୁଅ ଶୁଦ୍ଧେନ୍ଦୁ ଚୌଧୁରୀ ଏବଂ ଜ୍ୱାଇଁ ସତ୍ୟଜିତ ପାଣିଗ୍ରାହୀଙ୍କ ସମେତ ଆନାଟୋମୀ ବିଭାଗର ଡାକ୍ତର ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ । ସ୍ବର୍ଗତ ଡା. ଚୌଧୁରୀ ଏମ୍‌କେସିଜି, କଟକ ବଡ଼ ମେଡ଼ିକାଲ୍‌ ଏବଂ ବୁର୍ଲା ବଡ଼ ମେଡ଼ିକାଲ୍‌ରେ ନିଶ୍ଚେତକ ବିଶେଷଜ୍ଞ ଭାବେ କାର୍ଯ୍ୟ କରିବା ପରେ ଅବସର ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri