ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ

ସୋରଡ଼ା,୧୩।୧୦(ଡି.ଏନ୍‌.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍‌ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମ ଲାଉଖାଲରେ। ଶ୍ମଶାନକୁ ଯିବା ବାଟରେ ଜୀବିତ ହୋଇ ପୁଣି ଫେରି ଆସିଛନ୍ତି ଜଣେ ବ୍ୟକ୍ତି।
ସୂଚନାଯୋଗ୍ୟ,ଗ୍ରାମର ସୀମାଞ୍ଚଳ ମଲିକ (୫୨) ଶନିବାର ଛେଳି ଚରାଇବାକୁ ଯାଇଥିଲେ। ଅପରାହ୍ନରେ ଛେଳିପଲ ଘରକୁ ଫେରିଥିଲେ ମଧ୍ୟ ସେ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରି ପାଇ ନ ଥିଲେ। ରବିବାର ସକାଳୁ ଗାଁ ନିକଟ ଜଙ୍ଗଲରେ କେହି ଜଣେ ପଡ଼ିଥିବା ଖବର ପ୍ରଚାର ହେବାରୁ ପରିବାର ଲୋକେ ସେଠାରେ ପହଞ୍ଚି ସୀମାଞ୍ଚଳ ପଡ଼ିଥିବା ଦେଖିଥିଲେ। ମୃତ ଭାବି ତାଙ୍କର କୋକେଇ ସଜଡ଼ା ଯାଇଥିଲା। ତେବେ ବନ୍ଧୁ ପରିଜନ ତାଙ୍କୁ କାନ୍ଧରେ ଶ୍ମଶାନ ନେଉଥିଲେ। ଗାଁ ମୁହଁରେ ମୃତଦେହରେ ମୁଖାଗ୍ନି ଦେବାର ପ୍ରଥା ଥିବାରୁ ଶବଧାରୀମାନେ କୋକେଇ ତଳକୁ କରିଥିଲେ। ଏହି ସମୟରେ ସୀମାଞ୍ଚଳ ନିଃଶ୍ୱାସ ପ୍ରଶ୍ୱାସ ନେଉଥିବା ଲୋକେ ଜାଣିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଡାକ୍ତରଖାନା ଆଣିଥିଲେ। ଡାକ୍ତର ତୁରନ୍ତ ଚିକିତ୍ସା କରିବାରୁ ସୀମାଞ୍ଚଳ ସୁସ୍ଥ ହୋଇ ଉଠି ବସିଥିଲେ। ତେବେ କାନ୍ଦବୋବାଳିରେ ଫାଟି ପଡୁଥିବା ଗାଁରେ ଆନନ୍ଦର ଲହରି ଖେଳିଯାଇଛି। ସୀମାଞ୍ଚଳଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri