ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦର ୩ୟ ଦିନ: କଟାଗଲା ଶତାୟୁ ବରଗଛ

ପୁରୀ ଅଫିସ,୨୨ା୮: ଲଗାତର ତୃତୀୟ ଦିନରେ ପହଞ୍ଚତ୍ଛି ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା। ବୁଧବାର ମଧ୍ୟ ଦିନତମାମ୍‌ ପ୍ରଶାସନ ପକ୍ଷରୁ ଅନେକ ନିର୍ମାଣ ଭଙ୍ଗାଯାଇଛି। ଏଥିସହ ଏକ ଶତାୟୁ ପୁରୁଣା ବରଗଛ କାଟି ହଟାଇ ଦିଆଯାଇଛି। ଏହି ଗଛ କାଟିବା ଲାଗି ଘଟଣାସ୍ଥଳରେ କାଗଜପତ୍ର ପ୍ରସ୍ତୁତ କରାଯାଇଥିଲା। ତେବେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ପ୍ରତିମୂର୍ତ୍ତିକୁ ନେଇ ଅଡୁଆରେ ପଡ଼ିିଛି ଜିଲା ପ୍ରଶାସନ। ଏହାକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପ୍ରଶାସନ ଚିନ୍ତା କରୁଥିବାବେଳେ ଦେଖାଦେଇଛି ବିରୋଧ। ତେଣୁ ଏ ନେଇ ଅଧିକ ବିଚାର ବିମର୍ଶ ଜାରି ରଖିଛି ପ୍ରଶାସନ। ଅନ୍ୟପକ୍ଷରେ ଯାହା କିଛି କାମ ରହିଛି ଗୁରୁବାର କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଦୁଇଦିନ ଭଳି ବୁଧବାର ସକାଳୁ ଆରମ୍ଭ ହୋଇଥିଲା ଉଚ୍ଛେଦ ପ୍ରକ୍ରିୟା। ପ୍ରଥମେ ଅଧାଭଙ୍ଗା କେତେକ ପିଲର ଏବଂ କାନ୍ଥକୁ ଭଙ୍ଗାଯାଇଥିଲା। ପୂର୍ବ ପାର୍ଶ୍ୱସ୍ଥ ସୂଚନାକେନ୍ଦ୍ରର କଂକ୍ରିଟ ଏବଂ ଏହା କଡ଼ରେ ନୂଆ କରି ନିର୍ମିତ କୋଠାର କଂକ୍ରିଟ ପିଲରକୁ ଏକାଧିକ ଜେସିବି ଭାଙ୍ଗିଥିଲେ। ସେହିପରି ବଡ଼ଛତା ମଠ ଏବଂ ମେଘନାଦ ପାଚେରି ମଝି ଅଂଶକୁ ସଫା କରାଯାଇଥିଲା। ରାମଦୟା ପରିଷଦ ପଛପଟେ ପାଚେରି କଡ଼କୁ ଲାଗି ରହିଥିବା ଏକ ବହୁ ପୁରାତନ ବରଗଛକୁ ହଟାଇବାକୁ ନାକେଦମ୍‌ ହେବାକୁ ପଡ଼ିଥିଲା। ଐତିହ୍ୟର ସୁରକ୍ଷା ଦୃଷ୍ଟିରୁ ଏହି ଗଛକୁ ହଟାଇବା ଆବଶ୍ୟକ ପଡ଼ିଲା ବୋଲି କହିଛନ୍ତି ଏଏସ୍‌ଆଇ କନିଷ୍ଠ ସଂରକ୍ଷଣ ସହାୟକ ଜ୍ୟୋତିରଞ୍ଜନ ପ୍ରଧାନ। ଗଛଟି ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଜଣାପଡ଼ିଥିଲା। କେତେବେଳେ ଏହା ଭାଙ୍ଗି ମେଘନାଦ ପାଚେରି ଉପରେ ପଡ଼ିବା ଆଶଙ୍କା ଥିବାରୁ ଏହାକୁ କାଟିବା ଲାଗି ଘଟଣାସ୍ଥଳରୁ ହିଁ ବନ ବିଭାଗକୁ ଲିଖିତ ଭାବେ ଜଣାଇଥିଲା ଏଏସ୍‌ଆଇ। ବନ ବିଭାଗ ପକ୍ଷରୁ ଅନୁମତି ମିଳିବା ପରେ ଓଡ୍ରାଫ୍‌ ଟିମ୍‌ ପହଞ୍ଚତ୍ ଗଛକୁ କାଟିଥିଲେ। ଏହି ଗଛ ନିକଟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରହିଥିବାରୁ ଅଧିକ ସତର୍କତା ଅବଲମ୍ବନ କରିଥିଲେ ଓଡ୍ରାଫ ଟିମ୍‌। ଫଳରେ ଗଛ କଟା ବିଳମ୍ବ ହୋଇଥିଲା। ସନ୍ଧ୍ୟା ହୋଇଯିବାରୁ ଲାଇଟ୍‌ ଲଗାଯାଇ ଗଛକୁ କଟାଯାଇଥିଲା। ତେବେ ସୂଚନାକେନ୍ଦ୍ର କୋଠା ଉପରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନ୍ୟତ୍ର ସ୍ଥାନାନ୍ତର ନ କରିବାକୁ ଦାବି କରି ଅନେକ ଗୋପବନ୍ଧୁ ପ୍ରେମୀ ଘଟଣାସ୍ଥଳରେ ପହଞ୍ଚତ୍ ଉପଜିଲାପାଳ ଭବତାରଣ ସାହୁ ଏବଂ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶଙ୍କ ସହିତ ଆଲୋଚନା କରିଥିଲେ। ଶ୍ରୀଜଗନ୍ନାଥ ଭକ୍ତ ସେବା ସଂସ୍ଥାର ପ୍ରତିଷ୍ଠାତା ସମ୍ପାଦକ ଗୋବିନ୍ଦ ପ୍ରସାଦ ମହାନ୍ତି କହିଛନ୍ତି, ବର୍ତ୍ତମାନ ଯେଉଁଠାରେ ପୁଣ୍ୟାତ୍ମା ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରହିଛି ସେହିଠାରେ ହିଁ ପ୍ରଶାସନ ତାଙ୍କୁ ରଖିବାର ବ୍ୟବସ୍ଥା କରୁ। ବାରମ୍ବାର ସ୍ଥାନାନ୍ତର କରିବା ପୂଜ୍ୟପୂଜାଙ୍କ ପ୍ରତି ଅସମ୍ମାନ ହେବ। ଏ ଦିଗରେ ପ୍ରଶାସନ ପକ୍ଷରୁ କୌଣସି ନିଷ୍ପତ୍ତି ନିଆଯାଇନାହିଁ, ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରାଯାଇ ଯାହା କିଛି ନିଷ୍ପତ୍ତି ନିଆଯିବ ବୋଲି ଉପଜିଲାପାଳ ସାହୁ କହିଛନ୍ତି। ଏହି ଉଚ୍ଛେଦ ସମୟରେ ପର୍ଯ୍ୟାପ୍ତ ସୁରକ୍ଷା କର୍ମୀ ମୁତୟନ ଥିବାବେଳେ ଏକାଧିକ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri