ମେଘନାଦ ପାଚେରି ସ୍ଥିତି ପରଖିଲେ ଏଏସ୍‌ଆଇ ଅଧିକାରୀ

ପୁରୀ ଅଫିସ,୨୫।୮: ମେଘନାଦ ପାଚେରିକୁ ଲାଗି ରହିଥିବା ସମସ୍ତ ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ ହୋଇଛି। ଏହାପରେ ଶନିବାର ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଅବରୋଧ ଥିବା ସ୍ଥାନରେ ପାଚେରି କାମ ହୋଇପାରି ନ ଥିବାରୁ ବର୍ତ୍ତମାନ ସେହି ସ୍ଥାନର ସ୍ଥିତି କ’ଣ ରହିଛି, ପଥର କେମିତି ଅଛି ଏ ସବୁ ଅନୁଧ୍ୟାନ କରିଛନ୍ତି। ଏହି ସ୍ଥାନକୁ ଭଲ ଭାବେ ଯାଞ୍ଚ କରାଯାଇ ଆବଶ୍ୟକ ସଂରକ୍ଷଣ କରାଯିବ। ଏଥିସହିତ ଏଏସ୍‌ଆଇର ଉଦ୍ୟାନ ବିଭାଗ ମେଘନାଦ ପାଚେରି କଡ଼ରେ ଫାଙ୍କା ଜାଗାରେ ବିଭିନ୍ନ କିସମର ଫୁଲଚାରା ଲଗାଇବ। ସିଂହଦ୍ୱାର ସମ୍ମୁଖ ଭାଗ କିପରି ବିଭିନ୍ନ ଫୁଲ ଗଛରେ ସବୁଜିମା ରହିବ ସେ ବ୍ୟବସ୍ଥା ମଧ୍ୟ କରିବ।

ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ମେଘନାଦ ପାଚେରିକୁ ଲଗାଇ ରାମଦୟା ପରିଷଦ କଂକ୍ରିଟ୍‌ ନିର୍ମାଣ କରିଥିଲା। ସେହିପରି ଆନନ୍ଦ ବଜାରରୁ ହାତଧୁଆ ପାଣି ଓ ଦକ୍ଷିଣ ପାର୍ଶ୍ୱରେ ମଧ୍ୟ ମେଘନାଦ ପାଚେରି ଦେଇ ପାଣି ତଳକୁ ଗଳୁଛି। ଏହି ସ୍ଥାନରେ ଶିଉଳି ବସି କଳା ପଡ଼ିିଯାଇଛି। ଫଳରେ ଏହା ପାଚେରିର ସୌନ୍ଦର୍ଯ୍ୟ ନଷ୍ଟ କରୁଛି। ଏହାକୁ ଅଧିକାରୀମାନେ ବୁଲି ଦେଖିଛନ୍ତି। ତେଣୁ ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଇ ଏହାର ସମାଧାନ କରିବା ଲାଗି ଏଏସ୍‌ଆଇ ଅଧିକାରୀମାନେ ସ୍ଥିର କରିଛନ୍ତି। ଏହି ପରିଦର୍ଶନରେ ଏଏସ୍‌ଆଇର ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟ ଅରୁଣ ମଲ୍ଲିକ, ସଂରକ୍ଷଣ ସହାୟକ ଏସ୍‌.ଆର. ରାଓ, କନିଷ୍ଠ ସଂରକ୍ଷଣ ସହାୟକ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରମୁଖ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri