Posted inଖେଳ

ମେଘନା ମହିଳା, ମିକ୍ସଡ ଡବଲ୍ସ ସେମିଫାଇନାଲରେ

ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.)- ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ମେଘନା ଜାକାମପୁଡିଙ୍କ ପାଇଁ ଶୁକ୍ରବାର ଥିଲା ଏକ ଭଲ ଦିନ। ଏଠାରେ ଚାଲିଥିବା ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ରଷିଆନ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦ ଟୁର୍ନାମେଣ୍ଟରେ ଉଭୟ ମିକ୍ସଡ ଏବଂ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମିକ୍ସଡ ଡବଲ୍ସରେ ମେଘନା ଏବଂ ଧ୍ରୁବ କାପିଲା ରୁଷୀୟ ଯୋଡ଼ି ମାକସିମ୍‌ ମାକାଲୋଭ ଏବଂ ଏକାଟରିନା ରିଆଜାଣ୍ଟସେଭାଙ୍କୁ ୨୧-୩, ୨୧-୧୨ରେ ହରାଇ ଦେଇଛନ୍ତି। ଅଷ୍ଟମ ସିଡ୍‌ ଭାରତୀୟ ଯୋଡ଼ି ବର୍ତ୍ତମାନ ୭ମ ସିଡ୍‌ ଇଣ୍ଡୋନେସିଆର ଆଦନାନ୍‌ ମୌଲାନା ଏବଂ ମିଚେଲି ଖ୍ରିଷ୍ଟିନେ ବାନ୍ଦାସୋଙ୍କ ସହିତ ମୁକାବିଲା କରିବେ। ସେହିପରି ମହିଳା ଡବଲ୍ସରେ ମେଘନା ଓ ତାଙ୍କ ପାର୍ଟନର ପୂର୍ବିଶା ଏସ. ରାମ୍‌୍‌ ଅନ୍ୟ ଏକ ସ୍ଥାନୀୟ ଯୋଡ଼ି ଭିକ୍ଟୋରିଆ କୋଜିରେଭା ଏବଂ ମାରିଆ ସୁଖୋଭାଙ୍କୁ ୨୧-୧୯, ୨୧-୧୧ରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟପ୍‌ ସିଡ୍‌ ଯୋଡ଼ି ବର୍ତ୍ତମାନ ଚତୁର୍ଥ ସିଡ୍‌ ଜାପାନର ମିକି କାଶିହାରା ଏବଂ ମିୟୁକି କାଟୋଙ୍କୁ ଭେଟିବେ।
ଋତୁପର୍ଣ୍ଣା ପରାସ୍ତ
ଅନ୍ୟପକ୍ଷରେ ଋତୁପର୍ଣ୍ଣା ଦାସ ଏବଂ ସିରିଲ ବର୍ମା ସେମାନଙ୍କ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲ ମ୍ୟାଚରେ ପରାସ୍ତ ହୋଇଛନ୍ତି। ପୂର୍ବତନ ଜାତୀୟ ଚାମ୍ପିୟନ ଋତୁପର୍ଣ୍ଣା ଟପ୍‌ ସିଡ୍‌ ତଥା ସ୍କଟଲାଣ୍ଡର କିର୍ଷ୍ଟି ଗିଲ୍‌ମୋରଙ୍କଠାରୁ ୧୦-୨୧, ୨୧-୧୬, ୧୬-୨୧ରେ ହାରିଯାଇଛନ୍ତି। ସେହିପରି ସିରିଲ ଇଣ୍ଡୋନେସିଆର ଈଶାନ ମୌଲାନା ମୁସ୍ତୋଫାଙ୍କଠାରୁ ୧୧-୨୧, ୨୭-୨୯ରେ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri