Posted inଖେଳ

ମେଜର ଧ୍ୟାନଚାନ୍ଦଙ୍କୁ କ୍ରୀଡ଼ାମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୯।୮: ହକି ଓ୍ବିଜାର୍ଡ୍‌ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ବାର୍ଷକୀରେ କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଧ୍ୟାନଚାନ୍ଦଙ୍କ ଜନ୍ମ ଦିନକୁ ଦେଶରେ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଏ। ସେ ଆମର ଗର୍ବ। ପ୍ରଥମ ଭାରତୀୟ ଭାବେ ସେ ଅନ୍ତର୍ଜାତୀୟ ସ୍ତରରେ ଦେଶକୁ ଗର୍ବିତ କରିଥିଲେ। ମୋ ସହ ପୂର୍ବତନ ଅଲିମ୍ପିଆନ ହକି ଖେଳାଳି ଏକାଠି ଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛୁ ବୋଲି ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ’ ପ୍ରୋଗ୍ରାମ ଆରମ୍ଭ କରିବା ଅବସରରେ କ୍ରୀଡ଼ାମନ୍ତ୍ରୀ କହିଛନ୍ତି। ଏହି ପ୍ରୋଗ୍ରାମ ଦ୍ୱାରା ଆମେ ଦେଶର କ୍ରୀଡ଼ା ପରମ୍ପରାକୁ ବୃଦ୍ଧି କରିପାରିବା। ଭରତ ଏକ କ୍ରୀଡ଼ାଭିତ୍ତିକ ଦେଶ। ହେଲେ ଆମକୁ କ୍ରୀଡ଼ାର କେନ୍ଦ୍ର ହେବାକୁ ପଡ଼ିବ। ଏହି ଅଭିଯାନ ଚାନ୍ଦଙ୍କ ଜନ୍ମ ବାର୍ଷକୀ ଅବସରରେ ଆରମ୍ଭ କରିବା ତାଙ୍କ ପାଇଁ ସବୁଠୁ ବଡ଼ ଶ୍ରଦ୍ଧାଞ୍ଜଳି ହେବ ବୋଲି କ୍ରୀଡ଼ାମନ୍ତ୍ରୀ ଅଭିହିତ କରିଛନ୍ତି। ଧ୍ୟାନଚାନ୍ଦ ୧୯୦୫ ଆଜିର ଦିନରେ ଉତ୍ତରପ୍ରଦେଶର ଆଲ୍ଲାହାବାଦ୍‌ଠାରେ ଜନ୍ମ ହୋଇଥିଲେ। ତାଙ୍କ ପ୍ରତିନିଧିତ୍ୱରେ ଭାରତ ୧୯୨୮, ୧୯୩୨ ଓ ୧୯୩୬ ଅଲିମ୍ପିକ୍ସରେ ହ୍ୟାଟ୍ରିକ ସ୍ବର୍ଣ୍ଣ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri