ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ଆଟପୁର ସାହି ନିକଟରୁ ଗୁରୁବାର ସକାଳେ ମିଳିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ବ୍ୟକ୍ତିଙ୍କ ନାମ ରିଙ୍କୁ ମୁଖୀ (୩୬)। ଘର ଝୁମ୍ପୁରା ଅଞ୍ଚଳରେ ବୋଲି ଜଣାପଡ଼ିଛି। ତାଙ୍କୁ କେତେକ ଲୋକ ଗତକାଲି ରାତିରେ ଆଣି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅତ୍ୟଧିକ ମଦ୍ୟପାନ କରି ଅସୁସ୍ଥ ହୋଇ ପଡ଼ବାରୁ ଚିକିତ୍ସା ପାଇଁ ଅଣାଯାଇଥିଲା। ତାଙ୍କୁ ଇଞ୍ଜେକ୍ସନ/ସାଲାଇନ ଦିଆଯାଇ ଚିକିତ୍ସା କରାଯାଇଥିଲା। ହଠାତ୍‌ ବିଳମ୍ବିତ ରାତିରେ ନିଖୋଜ ହୋଇଯାଇଥିଲୋ। ବେଡ୍‌ରେ ନ ଥିବା ଦେଖି ମେଡିକାଲ ପକ୍ଷରୁ ଖୋଜାଖୋଜି କରାଯାଇଥିଲା। ଏନେଇ ମେଡିକାଲ ପକ୍ଷରୁ ଟାଉନ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା ବୋଲି ସିଡିଏମଓ ଡାକ୍ତର ଅଶୋକ କୁମାର ଦାଶ କହିଛନ୍ତି। ତେବେ ଗୁରୁବାର ସକାଳେ ସ୍ଥାନୀୟ ଆଟୋପୁର ସାହି ନିକଟରେ ତାଙ୍କର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଜଣାଇଥିଲେ। ହାତରେ ଇଞ୍ଜେକ୍‌ନ ଦେବା ପାଇଁ କିଡ୍‌ସ ଲାଗିଥିଲା। ରୋଗୀ ଚିହ୍ନଟ ହେବା ପରେ ମେଡିକାଲ ଅଣାଯାଇ ମୃତଦେହ ବ୍ୟବଚ୍ଛେଦ ଗୃହକୁ ନିଆଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ସିଡିଏମଓ ସୂଚନା ଦେଇଛନ୍ତି। ସେହିପରି ତାଙ୍କୁ କିଏ କାହିଁକି ଆଣି ଏଠାରେ ଆଡମିଶନ କରିଥିଲେ ତାହା ମଧ୍ୟ ତଦନ୍ତସାପେକ୍ଷ। ପୋଲିସ ସବୁ ଦିଗରୁ ତଦନ୍ତ କରୁଥିବା ଜଣାପଡ଼ିଛି।କୋହଳ ସୁରକ୍ଷା ବ୍ୟବସ୍ଥାରୁ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଅସାମାଜିକ କାର୍ଯ୍ୟକଳାପ, ଗାଡ଼ି ଚୋରି ଭଳି ଘଟଣା ଘଟୁଥିବା ବେଳେ ମେଡିସିନ (ପୁରୁଷ) ଓ୍ବାର୍ଡରେ ଚିକିତ୍ସିତ ଜଣେ ରୋଗୀ ନିଖୋଜ ଘଟଣା ପୁଣି ଥରେ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri