ମେଡିକାଲ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍‌ଓ ଗଞ୍ଜାମ ଶାଖାର ସମର୍ଥନ

ବ୍ରହ୍ମପୁର ଅଫିସ,୧୬ା୬-କଲିକତାର ଏକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨ଜଣ ଡ଼ାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ଦେଶବ୍ୟାପି ଚାଲିଥିବା ଡ଼ାକ୍ତରୀ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍‌ଓ (ଅଲ ଇଣ୍ଡିଆ ଡେମୋକ୍ରାଟିକ୍‌ ଷ୍ଟୁଡେଣ୍ଟସ୍‌ ଅର୍ଗାନାଇଜେଶନ) ପୂର୍ଣ୍ଣ ସମର୍ଥନ ଜଣାଇଛି। ଏମ୍‌କେସିଜି ମେଡିକାଲ କଲେଜ କ୍ୟାମ୍ପସରେ ଡ଼ାକ୍ତରୀ ଛାତ୍ରୀଛାତ୍ରଙ୍କ ବିକ୍ଷୋଭରେ ଏଆଇଡିଏସ୍‌ଓ ଗଞ୍ଜାମ ଜିଲା ଶାଖା ସଭାପତି ଶିବାନୀ ଶଙ୍କର ମିଶ୍ରଙ୍କ ନେତୃତ୍ୱରେ ସମ୍ପାଦକ ନିମାଇଁ ଚରଣ ସାହୁ ଓ ଅନ୍ୟମାନେ ସାମିଲ ହୋଇଥିଲେ ।
ଆନ୍ଦୋଳନ ସ୍ଥଳରେ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ସମାଲୋଚନା କରାଯିବା ସହ ଆକ୍ରମଣକାରୀଙ୍କୁ ଗିରଫ କରିବାକୁ ଦାବି କରାଯାଇଥିଲା। ପ୍ରତ୍ୟେକ ମେଡିକାଲ କଲେଜ ଓ ହସ୍ପିଟାଲରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହେବା, ସବୁ ଡ଼ାକ୍ତରଖାନାର ଭିତ୍ତିଭୂମି ସୁଦୃଢ଼ କରାଯିବା, ସ୍ବାସ୍ଥ୍ୟ ବଜେଟରେ ଅଧିକ ବ୍ୟୟବରାଦ, ଡ଼ାକ୍ତର ଓ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ସର୍ବଦା ସୁସମ୍ପର୍କ ପାଇଁ ପଦକ୍ଷେପ ନିଆଯିବା ଉପରେ ଡିଏସ୍‌ଓ ଜିଲା ଶାଖା ଗୁରୁତ୍ୱାରୋପ କରିଛି ।
ଏଆଇଡିଏସ୍‌ଓ ରାଜ୍ୟ ସମ୍ପାଦକ ସୁବାସ ନାୟକ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri