ମେଡିକାଲ ବାରଣ୍ଡାରୁ ଶିଶୁ କନ୍ୟା ଉଦ୍ଧାର

ବାରିପଦା ଅଫିସ,୧୬ା୧୨- ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାରଣ୍ଡାରୁ ସୋମବାର ଅପରାହ୍ନରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଶିଶୁ କନ୍ୟା ପ୍ରାୟ ୧୦ ଦିନ ତଳେ ଜନ୍ମ ହୋଇଥିବା ମେଡିକାଲ କର୍ମଚାରୀମାନେ କହିଛନ୍ତି।
ସୂଚନା ଅନୁଯାୟୀ, ମେଡିକାଲ ପଛପଟ ଗେଟରେ କେହି ଜଣେ ଆସି ଏହି ଶିଶକନ୍ୟାଙ୍କୁ ମେଡିକାଲ ବାରଣ୍ଡାରେ ଛାଡ଼ି ଦେଇ ଯାଇଥିଲେ। ଶିଶୁ କନ୍ୟାଙ୍କ କାନ୍ଦ ଶୁଣି ଜଣେ ରୋଗୀଙ୍କ ସମ୍ପର୍କୀୟ ଡ୍ୟୁଟିରେ ଥିବା ନର୍ସମାନଙ୍କୁ ଖବର ଦେଇଥିଲେ। ପରେ ନର୍ସମାନେ ଏହି ଶିଶୁଙ୍କୁ ଉଦ୍ଧାର କରି ଚିକିତ୍ସା ଆରମ୍ଭ କରିଛନ୍ତି। ଶିଶୁକନ୍ୟା ସୁସ୍ଥ ଥିବା ଜଣାପଡିଛି। ତେବେ କିଏ ଏହି ଶିଶୁ କନ୍ୟାଙ୍କୁ ଏଠାରେ ଛାଡ଼ି ଯାଇଛି ସେ ନେଇ ତଦନ୍ତ କରାଯିବ ବୋଲି ଏନଏଚଏମର ପ୍ରୋଗ୍ରାମ ମ୍ୟାନେଜର ସସ୍ମିତା ଦାସ କହିଛନ୍ତି। ମେଡିକାଲର ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ କରାଯିବ। ନିୟମ ଅନୁଯାୟୀ ଉଦ୍ଧାର ଶିଶୁଙ୍କୁ ଥଇଥାନ କରାଯିବ ବୋଲି ମଧ୍ୟ ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଏହି ଥାନା ଅଧୀନ କେନ୍ଦୁଛାଟିଆ ଜଙ୍ଗଲରୁ ଗତ ୭ ତାରିଖରେ ଏକ ଶିଶୁ କନ୍ୟା ଉଦ୍ଧାର ହୋଇଥିଲେ। ଏହି ଦୁଇ ଘଟଣାକୁ ଅନୁଧ୍ୟାନ କଲେ ଶିଶୁ କନ୍ୟା ଏବେବି ଅଲୋଡା ସାଜିଥିବା ପ୍ରମାଣିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri