ମେନ୍‌ ଭର୍ସେସ୍‌ ଓ୍ବାଇଲ୍ଡର ଟିଜର ରିଲିଜ୍‌: ବିୟର ଗ୍ରୀଲ୍ସଙ୍କ ସହ ନଜର ଆସିଲେ ସାଉଥ୍‌ ସୁପରଷ୍ଟାର

ମୁମ୍ବାଇ: ଗତ କିଛି ଦିନରୁ ମୋଷ୍ଟ ପପୁଲାର ଶୋ’ ‘ମେନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ରେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ଶୁଟିଂ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ବହୁ ପ୍ରତିକ୍ଷୀତ ଏହି ଏପିସୋଡ୍‌ର ଏବେ ଟିଜର ରିଲିଜ୍‌ ହୋଇଛି। ଡିସକଭରି ଚ୍ୟାନେଲ ଶୋ’ର ଏହି ଟିଜରକୁ ଟୁଇଟ କରି ଶେୟାର କରିଛି। ଏଥିସହ କ୍ୟାପଶନ୍‌ରେ ଲେଖାଅଛି, ଓ୍ବାଇଲ୍ଡ ଲାଇଫ୍‌ର ଏକ୍ସପର୍ଟ ବିୟର ଗ୍ରୀଲ୍ସଙ୍କ ସହ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନେଇକି ଆସୁଛନ୍ତି ଆକ୍ସନରେ ଭରପୂର ଆଡ୍‌ଭେଞ୍ଚର। ଟିଜର ରିଲିଜ୍‌ ହେବା ପରେ ପ୍ରଶଂସକ ଏହାକୁ ବେଶ୍‌ ପସନ୍ଦ କରିଥିବା ବେଳେ ଏହା କେବେ ଟେଲିକାଷ୍ଟ ହେବ ସେନେଇ ବହୁ ଉତ୍କଣ୍ଠା ସହ ଦର୍ଶକ ଅପେକ୍ଷା କରି ରହିଛନ୍ତି। ରିଲିଜ୍‌ ପରଠାରୁ ଏହାର ଟିଜର ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଏହାକୁ ଏପର୍ଯ୍ୟନ୍ତ ଲକ୍ଷାଧିକ ଲୋକ ଦେଖିସାରିଲେଣି। ଯେଉଁଥିରେ ରଜନୀକାନ୍ତ ଭିନ୍ନ ଅନ୍ଦାଜରେ ନଜର ଆସିଛନ୍ତି। ଏହି ଏପିସୋଡ୍‌ର ପୁରା ଶୁଟିଂ କର୍ନାଟକର ବାନ୍ଦିପୁର ଟାଇଗର ରିଜର୍ଭରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri